www.samajalive.in
Sunday, December 7, 2025
13.1 C
Bhubaneswar

ଜନ୍ମଦିନରେ ପଦଯାତ୍ରା କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ୭୯ତମ ଜନ୍ମଦିନ । ଏହି ଅବସରରେ ବିଜୁ ଜନତା ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନ ରେ ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀ ର ଗଙ୍ଗନଗର ବିଜୁ ଆଦର୍ଶ କଲୋନୀ ରେ ଆୟୋଜିତ ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ରେ ଯୋଗଦେଇଥିଲେ। ବିଜେଡି ର ନେତା ଓ କର୍ମୀ ମାନଙ୍କ ଗହଣ ରେ ଶ୍ରୀ ପଟ୍ଟନାୟକ କିଛି ବାଟ ଚାଲିବା ସହିତ ଆୟୋଜିତ ସଭା ରେ ଉପସ୍ଥିତ ଜନତା ଓ କର୍ମୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଥିଲେ ।

ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜୁ ଜନତା ଦଳ ଓଡିଶାବାସୀଙ୍କ ସହିତ ସବୁବେଳେ ରହିଛି ଓ ରହିଥିବ ।  ସେବା ବିଜୁ ଜନତା ଦଳର ମନ୍ତ୍ର ।  ତେଣୁ ଲୋକଙ୍କ ସେବା ଜାରି ରଖିବା ପାଇଁ କର୍ମୀ ମାନଙ୍କୁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେବା ସହିତ,ଶେଷ ପର୍ଯ୍ୟନ୍ତ ସେ ଓଡିଶା ମା ର ସେବା କରିଚାଲିବେ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ।

- Advertisement -

ଭୁବନେଶ୍ୱର ବିଜୁ ଜନତା ଦଳର ସଭାପତି ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଜେଡିର ବରିଷ୍ଠ ଉପସଭାପତି ଶ୍ରୀ ଦେବୀପ୍ରସାଦ ମିଶ୍ର, ସାଂସଦ ଦେବାଶିଷ ସାମନ୍ତରାୟ, ସାଂସଦ ସୁଲତା ଦେଓ,ବିଧାୟକ. ଶ୍ରୀମତୀ ପ୍ରମିଳା ମଲ୍ଲିକ,ବିଧାୟକ ଅନନ୍ତ ନାରାୟଣ ଜେନା,ବିଧାୟକ ସୁଶାନ୍ତ ରାଉତ,ବିଧାୟକ ଶ୍ରୀ ବିଭୁତି ବଳବନ୍ତରାୟ ,ଭୁବନେଶ୍ୱର ର ମେୟର ସୁଲୋଚନା ଦାସ, ଡେପୁଟି ମେୟର ମଞ୍ଜୁଲତା କଅଁର,ବିଜେଡି ର ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ବିଜେଡି ର କର୍ପୋରେଟର ମାନେ ଯୋଗ ଦେଇଥିଲେ । ଏହି ଅବସରରେ ଶ୍ରୀ ପଟ୍ଟନାୟକ ପିଲାମାନଙ୍କୁ ଚକୋଲେଟ ବାଣ୍ଟି ଥିଲେ । ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ବିଜେଡି ର ଜନ ସମ୍ପର୍କ ପଦଯାତ୍ରା ଅକ୍ଟୋବର ୯ ରୁ ଆରମ୍ଭ ହୋଇଛି, ଏହା ନଭେମ୍ବର ୯ ପର୍ଯ୍ୟନ୍ତ ଚାଲିବ।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories