www.samajalive.in
Tuesday, December 9, 2025
26.1 C
Bhubaneswar

ପଦ୍ମ ଧରିଲେ ଲମ୍ବୋଧର ନିଆଲ

ସମାଜ ଡିଜିଟାଲ ଡେସ୍କ: ନୂଆପଡାରେ ବିଜେଡିକୁ ଆଉ ଏକ ଶକ୍ତ ଝଟକା ଲାଗିଛି । ଲମ୍ବୋଧର ବିଜେଡିରୁ ଇସ୍ତଫା ଦେଇ ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଥିବା ସୂଚନା ମିଳିଛି । ଏହାପରେ ସେ ବିଜେପିରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଲମ୍ବୋଧର ଉପସ୍ଥିତ ରହିଛନ୍ତି । ଯାହାକି ବିଜେଡି ପାଇଁ ଏକ ଶକ୍ତ ଝଟକା ହୋଇଛି ।
ନୂଆପଡାରେ ବିଜେପିର ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଏହାପୂର୍ବରୁ ବିଜେପିରେ ସାମିଲ ହୋଇଛନ୍ତି ବିଜେଡିର ଟାଣୁଆ ନେତା ଲମ୍ବୋଧର ନିଆଲ । ତାଙ୍କ ସହିତ ଅନ୍ୟ କର୍ମୀମାନେ ମଧ୍ୟ ଦଳରେ ସାମିଲ ହୋଇଛନ୍ତି । ଲମ୍ବୋଧର କଳାହାଣ୍ଡିରୁ ବିଜେଡିର ସାଂସଦ ପ୍ରାର୍ଥୀ ହୋଇଥିଲେ ।
ଆଜି ସକାଳୁ ଜୟ ଢୋଲକିଆଙ୍କ ଘରକୁ ଯାଇ ତାଙ୍କୁ ଭେଟିବା ସହ ଆଲୋଚନା କରିଥିଲେ ଲମ୍ବୋଧର ନିଆଲ । ନୂଆପଡାରେ ବିଜେଡି କାହାକୁ ପ୍ରାର୍ଥୀ କରିବ ସେନେଇ କଳ୍ପନା ଜଳ୍ପନା ଲାଗି ରହିବା ପରେ ଗତକାଲି ସ୍ନେହାଙ୍ଗିନ ଛୁରିଆଙ୍କ ନାଁ ଘୋଷଣା ହୋଇଥିଲା । ସ୍ନେହାଙ୍ଗିନୀଙ୍କୁ ପ୍ରାର୍ଥୀ କରିବା ପରେ ନୂଆପଡା ବିଜେଡିରେ ଅସନ୍ତୋଷ ପ୍ରକାଶ ପାଇଛି । ଏହାକୁ ନେଇ ଅନେକ କର୍ମୀ ଦଳ ଛାଡୁଥିବା କୁହାଯାଉଛି ।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

Related Articles

Popular Categories