www.samajalive.in
Monday, December 8, 2025
14.1 C
Bhubaneswar

ପୁଲିସ ଏସ୍‍ଆଇ ଦୁର୍ନୀତି: କ୍ରାଇମବ୍ରାଞ୍ଚ ଡିଜିଙ୍କ ବଡ ଖୁଲାସା

ସମାଜ ଡିଜିଟାଲ ଡେସ୍କ: ପୁଲିସ ଏସ୍‍ଆଇ ପରୀକ୍ଷା ଦୁର୍ନୀତି ନେଇ କ୍ରାଇମବ୍ରାଞ୍ଚ ଡିଜି ସାମ୍ବାଦିକ ସମ୍ମିଳନୀରେ ବଡ ଖୁଲାସା କରିଛନ୍ତି । ସେ କହିଛନ୍ତି ଏହି ଘଟଣାରେ ମୋଷ୍ଟ ୱାଣ୍ଟେଡ୍‍ ଦଲାଲ୍‍ ମୁନା ମହାନ୍ତି ଓ ଜଣେ ମହିଳା ସମେତ ୩ଜଣଙ୍କୁ ଗିରଫ କରାଯାଇଛି । ସେମାନେ ହେଲେ ସୁକାନ୍ତ ମହାରଣା, ସୌମ୍ୟ ପ୍ରିୟଦର୍ଶିନୀ ଓ ଅଭିମନ୍ୟୁ ଦୋରା । ଏହି ତିନି ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ସୌମ୍ୟ ପ୍ରିୟଦର୍ଶିନୀ ପରୀକ୍ଷାର୍ଥୀ ଯୋଗାଡ କରୁଥିଲେ । ପୂର୍ବରୁ ୧୧୭ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଏବେ ଏହି ୪ଜଣଙ୍କୁ ମିଶାଇ ମୋଟ ୧୨୧ଜଣ ଗିରଫ ହୋଇଥିବା କ୍ରାଇମବ୍ରାଞ୍ଜ ଡିଜି ବିଜୟତୋଷ ମିଶ୍ର ସୂଚନା ଦେଇଛନ୍ତି ।

ଡିଜି କହିଛନ୍ତି ଯେ ଦିଲ୍ଲୀରେ ରହି ସବୁ ପରିଚାଳନା କରୁଥିଲା ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି । ପ୍ରଥମେ ମୁନା ମହାନ୍ତିଙ୍କୁ ରିମାଣ୍ଡରେ ଆଣି ପଚରାଉଚରା କରାଯିବ । କାହା ପାଖଷର କିଛି ସୂଚନା ଥିଲେ ଜଣାଇବାକୁ ଅପିଲ୍‍ କରିଛନ୍ତି କ୍ରାଇମବ୍ରାଞ୍ଚ ଡିଜି । ଏହାସହିତ ଶଙ୍କର ପୃଷ୍ଟିକୁ ଶୀଘ୍ର ଗିରଫ କରାଯିବ ବୋଲି ସେ କହିଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories