www.samajalive.in
Saturday, December 6, 2025
26.1 C
Bhubaneswar

ଆପରାଧିକ ତଥ୍ୟ ପ୍ରକାଶ ପାଇଁ ପ୍ରାର୍ଥୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ନୂଆପଡ଼ା ନିର୍ବାଚନ ମଣ୍ଡଳୀରେ ଉପନିର୍ବାଚନ ସମେତ ଦେଶର ୭ଟି ରାଜ୍ୟରେ ହେବାକୁ ଥିବା ଉପନିର୍ବାଚନ ପାଇଁ ଭାରତ ନିର୍ବାଚନ ଆୟୋଗ ପ୍ରାର୍ଥୀମାନଙ୍କ ସମସ୍ତ ପୂର୍ବବର୍ତ୍ତୀ ଆପରାଧିକ ତଥ୍ୟ ପରିପ୍ରକାଶ ପାଇଁ ଏକ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଏହି ନିର୍ଦ୍ଦେଶାବଳୀଗୁଡ଼ିକର ଅନୁପାଳନ ବାଧ୍ୟତାମୂଳକ ଅଟେ ।

ନୂଆପଡ଼ା ନିର୍ବାଚନମଣ୍ଡଳୀ ସମ୍ବନ୍ଧୀୟ ନିର୍ଦ୍ଦେଶାବଳୀ

- Advertisement -

ରାଜନୈତିକ ଦଳମାନେ ପ୍ରାର୍ଥୀ ଚୟନର ୪୮ ଘଣ୍ଟା ମଧ୍ୟରେ ମୁଦ୍ରିତ ଗଣମାଧ୍ୟମ, ସ୍ୱକୀୟ ଅଫିସିଆଲ ସୋସିଆଲ ମିଡ଼ିଆ ଓ ୱେବସାଇଟ ମାଧ୍ୟମରେ ଫର୍ମ-ସି ୭ (Form C-7)ର ସୁସ୍ପଷ୍ଟ ପରିପ୍ରକାଶ କରିବେ । ରାଜନୈତିକ ଦଳମାନେ ପ୍ରାର୍ଥୀ ଚୟନର ୭୨ ଘଣ୍ଟା ମଧ୍ୟରେ ଫର୍ମ-୮ସି (Form 8 C) (ଫର୍ମ-ସି ୭ (Form C7)ର ନକଲ ସଂଲଗ୍ନ କରି) ସିଧାସଳଖ ଭାରତ ନିର୍ବାଚନ ଆୟୋଗଙ୍କ ପାଖକୁ ପ୍ରେରଣ କରିବେ । ନାମାଙ୍କନର ଶେଷ ତାରିଖ ୨୦ ଅକ୍ଟୋବର ୨୦୨୫ (ସୋମବାର) ସୁଦ୍ଧା ଫର୍ମାଟ-ସିଏ (Format CA)କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଓଡ଼ିଶାଙ୍କ ଜରିଆରେ ଭାରତ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରିବେ । ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ୨୪ ଅକ୍ଟୋବର ୨୦୨୫ ସୁଦ୍ଧା ଭାରତ ନିର୍ବାଚନ ଆୟୋଗଙ୍କ ନିକଟରେ ଫର୍ମ ୭ ଏ(Form 7 – A)କୁ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରିବେ । ଉପରୋକ୍ତ ସମସ୍ତ ଦସ୍ତାବିଜ୍‌  camc-eci@eci.gov.in  ଜରିଆରେ ନିର୍ବାଚନ ଆୟୋଗ ନିକଟରେ ଦାଖଲ କରିବେ ।

ଉପରୋକ୍ତ ନିର୍ଦ୍ଦେଶାବଳୀକୁ ପାଳନ ନ କରିବା ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଅବମାନନା ଭାବରେ ବିବେଚନା କରାଯିବ। ଏ ସମ୍ବନ୍ଧରେ ଅଧିକ ସୂଚନା ରାଜନୈତିକ ଦଳ ଓ ପ୍ରାର୍ଥୀମାନେ ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶା ଓ ଭାରତ ନିର୍ବାଚନ ଆୟୋଗଙ୍କ ୱେବସାଇଟ ଓ ବିଭିନ୍ନ ସାମାଜିକ ଗଣମାଧ୍ୟମ ହାଣ୍ଡେଲରୁ ପାଇପାରିବେ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories