www.samajalive.in
Friday, December 5, 2025
27.1 C
Bhubaneswar

ପ୍ରାର୍ଥୀପତ୍ର ଦାଖଲ କଲେ ଘାସିରାମ, ଜୟ ଢୋଲକିଆ

ନୂଆପଡା: ନୂଆପଡା ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଆଜି ନିଜ ସମର୍ଥକ ମାନଙ୍କ ସହ ଆସି ନାମାଙ୍କନ ଭରିଛନ୍ତି। ଏଣେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ମଧ୍ୟ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ପିସିସି ସଭାପତି ଭକ୍ତ ଚରଣ ଦାସ ଓ ବରିଷ୍ଠ ସଦସ୍ୟ ସୁରେଶ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ। ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ନଭେମ୍ବର ୧୧ ତାରିଖରେ ନୂଆପଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବ। ଏହାକୁ ନେଇ ବିଜେପି, ବିଜେଡି ଓ କଂଗ୍ରେସ ଶିବିର ଚଳଚଞ୍ଚଳ ହୋଇଯାଇଛି ।
କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ୨୦୨୪ ସାଧାରଣ ନିର୍ବାଚନରେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିଥିଲେ। ସେ କଂଗ୍ରେସ ଟିକେଟ୍‌ ପାଇଁ ଦାବିଦାର ଥିଲେ ମଧ୍ୟ ଦଳର ପ୍ରାର୍ଥୀ ହୋଇଥିଲେ ତତ୍‌କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ। ଫଳରେ ଅସନ୍ତୁଷ୍ଟ ଘାସିରାମ ସ୍ବାଧୀନ ପ୍ରାର୍ଥୀ ଭାବେ ମୈଦାନକୁ ଓହ୍ଲାଇଥିଲେ। ‌ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କ ସହ ଘାସିରାମଙ୍କର ହିଁ କଡ଼ା ମୁକାବିଲା ହୋଇଥିଲା। ଘାସିରାମ ୫୦ ହଜାରରୁ ଅଧିକ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ରହିଥିଲେ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories