www.samajalive.in
Monday, December 8, 2025
27.1 C
Bhubaneswar

ଏମାନଙ୍କୁ ମିଳିବନି ‘ସୁଭଦ୍ରା’

ଭୁବନେଶ୍ବର : କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କଠାରୁ ବାର୍ଷିକ ୧୮ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ବୃତ୍ତି ଆକାରରେ ଆର୍ଥିକ ସହାୟତା ପାଉଥିବା ସମ୍ପୃକ୍ତ ଛାତ୍ରୀ ‘ସୁଭଦ୍ରା’ ଯୋଜନା ପାଇଁ ଅଯୋଗ୍ୟ ଘୋଷଣା ହେବେ। ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ଉଚ୍ଚଶିକ୍ଷା ଓ ଅନୁସୂଚିତ ଜାତି ଓ ଜନଜାତି ବିଭାଗକୁ ଚିଠି ଲେଖି ରିପୋର୍ଟ ମାଗିଛି।

ଛାତ୍ରୀଙ୍କୁ ଯେଉଁ ଛାତ୍ରବୃତ୍ତି ରାଶି ପ୍ରଦାନ କରାଯାଉଛି ତାହା କେବଳ ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟରେ ବ୍ୟୟ ହେଉଛି। ହେଲେ ଏହାକୁ ଅତିରିକ୍ତ ଅର୍ଥ ସହାୟତା ଭାବେ ହିସାବକୁ ନିଆଯାଇ ପାରୁନାହିଁ। ଏନେଇ ବିସ୍ତୃତ ଭାବେ ଯାଞ୍ଚ କରି ତଥ୍ୟ ଦେବାକୁ ଦୁଇଟି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ନିର୍ଦିଷ୍ଟ ଫର୍ମାଟରେ ୨୦୨୩-୨୪ ଓ ୨୦୨୪-୨୫ ଆର୍ଥିକ ବର୍ଷରେ କେଉଁ ଛାତ୍ରୀ ବାର୍ଷିକ ୧୮ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ପାଇଛନ୍ତି ତା’ର ସମସ୍ତ ତଥ୍ୟ ପ୍ରଦାନ କରିବା ଲାଗି ବିଭାଗଗୁଡିକୁ କୁହାଯାଇଛି।
ସୁଭଦ୍ରା ଉପରେ ପ୍ରଥମ ରାଜ୍ୟସ୍ତରୀୟ ପରିଚାଳନା ଏବଂ ତଦାରଖ କମିଟି ସମୀକ୍ଷା ବୈଠକ ପରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୁଭଦ୍ରା ଯୋଜନାର ହିତାଧିକାରୀ ୬୦ ବର୍ଷ ପ୍ରାପ୍ତ ହେବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ। ମଧୁବାବୁ ପେନସନ ଯୋଜନା (ଏମବିପିୱାଇ) ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (ଏନଏସଏପି)ରେ ସୁଭଦ୍ରା ଯୋଜନାର ପୂର୍ବତନ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ସରକାରଙ୍କ ପକ୍ଷରୁ ଚିଠି କରାଯାଇଛି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories