ବଣାଇ: ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ବିରତୋଳା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଚାଳକଙ୍କ ମୃତ୍ୟୁ ହୋଇଛି। ୧୪୩ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରେଲର ହଠାତ୍ ନିୟନ୍ତ୍ରଣ ହାରାଇ ଡିଭାଇଡରରେ ପିଟି ହୋଇ ଓଲଟି ପଡ଼ିଥିଲା। ଧକ୍କା ହେବା ଫଳରେ ଟ୍ରେଲରର ଆଗ ଅଂଶ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇ ଯାଇଥିଲା। ଘଟଣାସ୍ଥଳରେ ଟ୍ରେଲର ଭିତରେ ଚାପି ହୋଇ ଚାଳକଙ୍କ ମୃତ୍ୟୁ ହୋଇ ଯାଇଥିଲା। ସୂଚନା ପାଇ ଚାନ୍ଦିପୋଷ ପୁଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ଦୁର୍ଘଟଣା ପରେ କିଛି ସମୟ ପର୍ଯ୍ୟନ୍ତ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା।
Popular Categories



