www.samajalive.in
Saturday, December 6, 2025
17.1 C
Bhubaneswar

ଜଗତସିଂହପୁରରେ ବିଜେଡି କର୍ମୀଙ୍କୁ ଆକ୍ରମଣର ନିନ୍ଦା କଲେ ନବୀନ

ସମାଜ ଡିଜିଟାଲ ଡେସ୍କ: ଜଗତସିଂହପୁରରେ ବିଜେଡି କର୍ମୀ ରଶ୍ମିତା ପରିଜାଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ।

ନବୀନ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ କରି ଲେଖିଛନ୍ତି, ରଶ୍ମିତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ଦୃଢ଼ ନିନ୍ଦା କରୁଛି। ମହିଳାଙ୍କ ଉପରେ ବଢ଼ୁଥିବା  ଏପରି ଘଟଣା କଦାପି ଗ୍ରହଣୀୟ ନୁହେଁ। ଶାନ୍ତିପ୍ରିୟ ଓଡ଼ିଶାରେ ଅଶାନ୍ତିର ଏ ବାତାବରଣ ଜନମାନସକୁ ଆତଙ୍କିତ କରୁଛି। ଅସାମାଜିକ ବ୍ୟକ୍ତି ଅପରାଧ ଘଟାଇବାକୁ ଭୟ କରୁନାହାନ୍ତି। ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ୁଛି। ସରକାର ଦୋଷୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆଇନ ବ୍ୟବସ୍ଥା ଉପରେ ଲୋକଙ୍କ ଆସ୍ଥା ବଜାୟ ରଖନ୍ତୁ ବୋଲି ନବୀନ କହିଛନ୍ତି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories