www.samajalive.in
Saturday, December 6, 2025
23.1 C
Bhubaneswar

ଜେଏମ୍‌ଏସ୍‌ ବ୍ୟବସାୟୀ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ : ମୁମ୍ବାଇର ଯୋଗେଶ୍ବରୀ ୱେଷ୍ଟ ଅଞ୍ଚଳରେ ଥିବା ବେହରାମବାଗ ନିକଟରେ ଥିବା ଏକ ବିଜନେସ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ସକାଳ ୧୦.୫୦ ମିନିଟରେ ବିଜନେସ ସେଣ୍ଟର ବିଲ୍ଡିଂରେ ନିଆଁ ଲାଗିଯାଇଥିଲା। ଏହାରି ଭିତରେ ଅନେକ ଲୋକ ଫସିଥିବା ଅନୁମାନ କରାଯାଉଛି। ଖବର ପାଇ ଅଗ୍ନିଶମ ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି। ଘଟଣାରେ କେହି ହତାହତ ହୋଇନାହାନ୍ତି । ଘଟଣା ବିଷୟରେ ଜଣାପଡିବା ପରେ ୬ଟି ଅଗ୍ନିଶମ ଗାଡି ପହଞ୍ଚିଥିଲା । ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି । ଯେଉଁ ବିଲ୍ଡିଂରେ ନିଆଁ ଲାଗିଛି, ସେଠାରେ ଅନେକ କର୍ପୋରେଟ ଅଫିସ ରହିଛି । ନିଆଁ ଲାଗିବା କାରଣରୁ ଆଖପାଖ ଅଞ୍ଚଳ ଧୂଆଁ ଧୂଆଁ ହୋଇଯାଇଥିଲା । ନିଆଁ ଲାଗିବା ପରେ ଲୋକମାନେ ଆତଙ୍କିତ ହୋଇପଡିଥିଲେ । ଦମକଳ ଗାଡି ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ଅନେକ ଲୋକ ବିଲ୍ଡିଂରେ ଫସିଥିବା ଅନୁମାନ କରାଯାଉଛି ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories