www.samajalive.in
Saturday, December 6, 2025
26.1 C
Bhubaneswar

ଶତାଧିକ ସମର୍ଥକଙ୍କ ସହିତ ବିଜେପିରେ ମିଶିଲେ ଆଦିବାସୀ ନେତା ଭୁଜବଳ ଅଡବାଙ୍ଗ

ନୂଆପଡା/ଭୁବନେଶ୍ୱର: ନୂଆପଡାରେ ଗୁରୁବାର ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ବିଶିଷ୍ଟ ତଥା ବରିଷ୍ଠ ଆଦିବାସୀ ନେତା ଭୁଜବଳ ଅଡବାଙ୍ଗ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ଏହି ଅବସରରେ ସୁନାମଧନ୍ୟ ଆଇନଜୀବୀ ତଥା ଆଦିବାସୀ ନେତା ଆଡଭୋକେଟ ଘାସିରାମ ବାଗ, ଆଡଭୋକେଟ ଗୋପାଳ ସାମନ୍ତ, ଆଡଭୋକେଟ ପୂର୍ଣ୍ଣଚନ୍ଦ୍ର ସାହୁ, ଅଶୋକ ଦେବଗାନ ପ୍ରମୁଖ ବିଜେପିରେ ଯୋଗଦାନ କରିଛନ୍ତି।

ସୂଚନାଯୋଗ୍ୟ, ଅଡବାଙ୍ଗ ୨୦୨୪ ସାଧାରଣ ନିର୍ବାଚନରେ ନୂଆପଡା ବିଧାନସଭା ନିର୍ବାଚନମଣ୍ଢଳୀରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ଛିଡା ହୋଇ ପାଖାପାଖି ୬ ହଜାର ଭୋଟ ପାଇଥିଲେ। ସେ ବିଜେପିରେ ଯୋଗଦେବା ଅବସରରେ କହିଥିଳେ ଯେ, ପ୍ରଧାନମନ୍ତ୍ରୀଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଓଡିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର ଉପରେ ନୂଆପଡାବାସୀ ପୂର୍ଣ୍ଣ ଆସ୍ଥା ପ୍ରକଟ କରିଛନ୍ତି। ବିଶେଷ ଭାବେ ମୁଖ୍ୟମନ୍ତ୍ରୀ ନିଜେ ଜଣେ ଆଦିବାସୀ ଏବଂ ତାଙ୍କର ନୂଆପଡା ଜିଲ୍ଲା ପ୍ରତି ଭଲ ପାଇବା ଓ ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି। ରାଜ୍ୟରେ ବିଜେପିର ଡବଲ ଇଂଜିନ ସରକାର କାରଣରୁ ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ସମ୍ଭବ ହୋଇପାରିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି।

- Advertisement -

ଏହି ଅବସରରେ ରାଜ୍ୟ ସହପ୍ରଭାରୀ ଲତା ଉସେଣ୍ଡି, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ସାଂସଦ ଅନନ୍ତ ନାୟକ, ପ୍ରଦୀପ ପୁରୋହିତ, ସୁଜିତ କୁମାର, ରବିନାରାୟଣ ବେହେରା, ପୂର୍ବତନ ମନ୍ତ୍ରୀ ହିମାଂଶୁ ମେହେର, ଅଭିନନ୍ଦନ ପଣ୍ଡା, ପ୍ରସନ୍ନ ପାଢୀ, ରାଜ୍ୟ ଉପ ସଭାପତି ଅଶୋକ ମିଶ୍ର, ଜିଲ୍ଲା ପ୍ରଭାରୀ ଆର୍ତ୍ତତ୍ରାଣ ମହାପାତ୍ର, ଜିଲ୍ଲା ସଭାପତି କମଳେଶ ଦିକ୍ଷୀତ ପ୍ରମୁଖ ଉପସ୍ଥିତ ରହି ନୂତନ ସଦସ୍ୟଙ୍କୁ ଦଳୀୟ ଟୋପି ଉତ୍ତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories