www.samajalive.in
Friday, December 5, 2025
20.1 C
Bhubaneswar

ସଫେଇ ନାଳରୁ ମୃତଦେହ ଜବତ

ପିପିଲି: ପିପିଲି ଥାନା ସାତଶଙ୍ଖ ଫାଣ୍ଡି ଅନ୍ତର୍ଗତ ତେଇସିପୁର ପଞ୍ଚାୟତର କାଙ୍କନଡୁଆ ଗ୍ରାମ୍ୟ ମଧ୍ୟଦେଇ ଯାଇଥିବା ସଫେଇନାଳ(ଜୋର) ମଧ୍ୟରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ଗଳିତ ମୃତଦେହକୁ ପିପିଲି ପୁଲିସ ଗୁରୁବାର ଜବତ କରିଛି। ମୃତକଙ୍କ ଆନୁମାନିକ ବୟସ ୪୦ ବର୍ଷ ମଧ୍ୟରେ ହୋଇଥିବା ବେଳେ ସଫେଇନାଳ ପାଣିରେ ମୁହଁ ତଳକୁ କରି ଉଲଗ୍ନ ଅବସ୍ଥାରେ ମୃତଦେହ ଭାସୁଥିବା ଦେଖି ଲୋକେ ପୁଲିସକୁ ଖବର ଦେଇଥିଲେ। ପିପିଲି ଥାନାଧିକାରୀ ସୌମେନ୍ଦୁ ଶେଖର ତ୍ରିପାଠୀ, ସାତଶଙ୍ଖ ଫାଣ୍ଡି ଅଧିକାରୀ ମନୋରଞ୍ଜନ ପରିଡା ପ୍ରମୁଖ ସାଇଣ୍ଟିଫିକ୍‍ ଟିମ୍‍ ସହ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ପଞ୍ଚାନାମା କରିଥିଲେ। ମୃତକଙ୍କ ପରିଚୟ ଜଣାପଡି ନ ଥିବା ବେଳେ ମୃତଦେହକୁ ୯୬ ଘଣ୍ଟା ପର୍ଯ୍ୟନ୍ତ ପୁରୀର ଶବ ସଂରକ୍ଷଣ ଗୃହରେ ରଖାଯାଇଛି। ଏହା କୌଣସି ଅଘଟଣ କିମ୍ବା ହତ୍ୟା ନା ଆତ୍ମହତ୍ୟା ତାହା ଜଣାପଡି ନ ଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟରୁ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୁଲିସ କହିଛି। ଏ ନେଇ ପିପିଲି ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ବେଳେ ମୃତକଙ୍କ ପରିଚୟ ଜାଣିବା ପାଇଁ ପୁଲିସ ଉଦ୍ୟମ ଜାରି ରଖିଛି। ଉକ୍ତ ସଫେଇନାଳକୁ ମୃତଦେହ କିପରି ଆସିଲା ସେ ନେଇ ପୁଲିସ ତଦନ୍ତ ଚଳାଇଛି।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories