www.samajalive.in
Saturday, December 6, 2025
26.1 C
Bhubaneswar

ବେଦାନ୍ତ କରିବ ୧ ଲକ୍ଷ କୋଟି ନିବେଶ

ଭୁବନେଶ୍ୱର: ବେଦାନ୍ତ ପକ୍ଷରୁ ଓଡ଼ିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ କରାଯିବ। ଏହାଦ୍ୱାରା ରାଜ୍ୟରେ ୧ଲକ୍ଷରୁ ଅଧିକ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହା ସହିତ ବିଶ୍ୱର ମେଟାଲ ଭାଲ୍ୟୁ-ଚେନ୍‌ରେ ଓଡ଼ିଶାର ପ୍ରତିଷ୍ଠା ବୃଦ୍ଧି ପାଇଁ କେନ୍ଦୁଝରରେ ଏକ ଅତ୍ୟାଧୁନିକ ଫେରୋ-ଆଲଏଜ୍ ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ ବୋଲି ବୈଠକରୁ ଜଣାଯାଇଛି। ଏଥିରେ ବେଦାନ୍ତ ପକ୍ଷରୁ ୨ ହଜାର କୋଟି ଟଙ୍କା ବିନିଯୋଗ କରାଯିବ। ଏଥିପାଇଁ ଆବଶ୍ୟକ ଜମି ଏବଂ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେଦାନ୍ତ ଗ୍ରୁପ୍ ଅଧ୍ୟକ୍ଷ ଅନିଲ ଅଗ୍ରୱାଲଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଗୁରୁବାର ଶ୍ରୀ ଅଗ୍ରୱାଲ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ଭେଟି ଏ ସମ୍ପର୍କରେ ଆଲୋଚନା କରିଛନ୍ତି।

ଆଲୋଚନାରୁ ଜଣାଯାଇଛି ଯେ, ବେଦାନ୍ତ ପକ୍ଷରୁ ଓଡ଼ିଶାରେ ଦୁଇଟି ନୂଆ ଆଲୁମିନିୟମ ପାର୍କ ପ୍ରତିଷ୍ଠା କରାଯିବ। ଝାରସୁଗୁଡ଼ାରେ ଥିବା ଏହାର ଆଲୁମିନିୟମ ପ୍ଲାଣ୍ଟ ନିକଟରେ ଗୋଟିଏ ନୂଆ ଆଲୁମିନିୟମ ପାର୍କ ପ୍ରତିଷ୍ଠା କରାଯିବ। ଏହା ସହିତ ରାଜ୍ୟର ଅନ୍ୟ ସ୍ଥାନରେ ଯେଉଁଠି ରାଜ୍ୟ ସରକାର ଜମି ଯୋଗାଇଦେବେ ସେଠାରେ ମଧ୍ୟ ଆଉ ଏକ ଆଲୁମିନିୟମ ପାର୍କ ପ୍ରତିଷ୍ଠା କରାଯିବ। ଏହି ଦୁଇଟି ଅତ୍ୟାଧୁନିକ ପାର୍କରେ ଅତ୍ୟନ୍ତ ଉନ୍ନତମାନର ଆଲୁମିନିୟମ ଆଲୟ ଉତ୍ପାଦନ ହେବ। ଏହି ଆଲୁମିନିୟମ ଆଲୟ ଏରୋସ୍ପେଶ୍, ଇଭି ଓ ପ୍ରତିରକ୍ଷା କ୍ଷେତ୍ରରେ ବ୍ୟବହାର ହୋଇପାରିବ। ଏହାଦ୍ୱାରା ଆନୁଷଙ୍ଗିକ ଶିଳ୍ପ କ୍ଷେତ୍ରରେ ବ୍ୟାପକ ପୁଞ୍ଜିନିବେଶ ଆସିବ ଏବଂ ଏମ୍‌ଏସ୍‌ଏମ୍‌ଇ ଶିଳ୍ପରେ ବିପୁଳ ଅଭିବୃଦ୍ଧି ହୋଇପାରିବ।

- Advertisement -

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାର ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତର ପରିକଳ୍ପନାର ସଫଳ ରୂପାୟନ ପାଇଁ ପ୍ରତିଶ୍ରୁତିବଦ୍ଧ। ଭିତ୍ତିଭୂମିର ବିକାଶ ତଥା ବେଦାନ୍ତ ଭଳି କମ୍ପାନୀର ପୁଞ୍ଜି ବିନିଯୋଗ ଜରିଆରେ ଓଡ଼ିଶା ସରକାର ଏହି ଲକ୍ଷ୍ୟ ହାସଲ କରିବେ। ଶିଳ୍ପ ଓ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଏକ ଗ୍ଲୋବାଲ୍‌ ହବ୍‌ ହେବା ପାଇଁ ଓଡ଼ିଶା ବର୍ତ୍ତମାନ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ। ଆମର ଏହି ଉଦ୍ୟମ ଦ୍ୱାରା କେବଳ ଅର୍ଥନୈତିକ ଅଭିବୃଦ୍ଧି ଆସିବ ନାହିଁ ବରଂ ଏହା ଦ୍ୱାରା ଯୁବବର୍ଗଙ୍କ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି ହେବା ସହିତ ଜନସାଧାରଣଙ୍କୁ ସଶକ୍ତ କରିବ। ୨୦୩୬ ସୁଦ୍ଧା ଓଡ଼ିଶାକୁ ୫୦୦ ବିଲିୟନ୍‌‌‌ ଡଲାର ଅର୍ଥନୀତିରେ ପରିଣତ କରିବା ପାଇଁ କ୍ଷେତ୍ର ପ୍ରସ୍ତୁତ କରିବ। ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଏହି ପୁଞ୍ଜିନିବେଶ ନିର୍ଣ୍ଣାୟକ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ବୈଠକରେ ବେଦାନ୍ତ ଗ୍ରୁପ୍‌ ଅଧ୍ୟକ୍ଷ ବେଦାନ୍ତର ଶିଳ୍ପ ପ୍ରକଳ୍ପଗୁଡ଼ିକୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ସହଯୋଗ ପାଇଁ ଧନ୍ୟବାଦ ପ୍ରଦାନ କରିଥିଲେ। ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories