www.samajalive.in
Friday, December 5, 2025
27.1 C
Bhubaneswar

ଆଜି ଲଘୁଚାପ : ୨୭ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି(ଶୁକ୍ରବାର) ଦକ୍ଷିଣ-ପୂର୍ବ ଏବଂ ତତ୍‌ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି ବୋଲି ଭାରତ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ଭାବ୍ୟ ଲଘୁଚାପ ସାମୁଦ୍ରିକ ଝଡ଼ ରୂପ ନେବ ବୋଲି କିଛି ପାଣିପାଗ ସଂସ୍ଥା ଆକଳନ କରିଥିବାବେଳେ ଭାରତ ପାଣିପାଗ ବିଭାଗ ପକ୍ଷରୁ ସାମୁଦ୍ରିକ ଝଡ଼ ଉପରେ କୌଣସି ସ୍ପଷ୍ଟ ଚିତ୍ର ଜାରି କରାଯାଇ ନାହିଁ। କିନ୍ତୁ ଆସନ୍ତାକାଲି ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉପରେ ବର୍ଷା ସହିତ ପବନର ପ୍ରଭାବ ଅଧିକ ପଡ଼ିବ। ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ତୁଳନାରେ ଓଡ଼ିଶା ଉପରେ କମ୍‌ ପ୍ରଭାବ ରହିବ। ତଥାପି ସାରା ରାଜ୍ୟରେ ବଜ୍ରପାତ ସହିତ ଝଡ଼ବର୍ଷା ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ଜଗତସିଂହପୁର ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଏବଂ ନୟାଗଡ଼ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଘଣ୍ଟା ପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories