www.samajalive.in
Monday, December 15, 2025
14.1 C
Bhubaneswar

ଆନ୍ଧ୍ରପ୍ରଦେଶ ବସ ଟ୍ରାଜେଡି: ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆନ୍ଧପ୍ରଦେଶ ବସ ଟ୍ରାଜେଡିରେ ୨୦ଜଣ ଜୀବନ୍ତ ଦଗ୍ଧ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦୁର୍ଘଟଣାରେ ମୃତକଙ୍କ ପରିବାର ବର୍ଗଙ୍କୁ ୨ଲକ୍ଷ, ଆହତଙ୍କୁ ୫୦ହଜାର ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଧାନ କରିବାକୁ ଘୋଷଣା କରିଛନ୍ତି ମୋଦୀ । ଏହାସହିତ ଆହତଙ୍କ ଆଶୁଆରୋଗ୍ୟ କାମନା ସହ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।

- Advertisement -

ସୂଚନା ଅନୁସାରେ ଆଜି ଭୋର ୩ଟା ୩୦ସମୟରେ ଆନ୍ଧ୍ରପ୍ରଦେଶ କୁର୍ଣ୍ଣୁଲ୍‌ ଜିଲାରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟି ଏକ ବିଳାସପୂର୍ଣ୍ଣ ଯାତ୍ରୀବାହି ବସ ଜଳିଯାଇଛି । ଏଥିରେ ୨୦ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ୧୨ଜଣ ଯାତ୍ରୀ ଜରୁରୀକାଳନୀ ପ୍ରସ୍ଥାନ ଦ୍ୱାର ଭାଙ୍ଗି ବାହାରକୁ ଆସିଥିଲେ । ଏହି ସମୟରେ ସେମାନେ ଆହତ ମଧ୍ୟ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାରେ ବସଟି ସମୂର୍ଣ୍ଣ ଜଳିଯାଇଛି ।

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories