www.samajalive.in
Friday, December 5, 2025
23.1 C
Bhubaneswar

ନୂଆପଡା ଉପନିର୍ବାଚନ: ମଇଦାନରେ ୧୪ ପ୍ରାର୍ଥୀ

ଭୁବନେଶ୍ବର: ନୂଆପଡ଼ା ଉପ-ନିର୍ବାଚନର ଶୁକ୍ରବାର ଥିଲା ନାମାଙ୍କନପତ୍ର ପ୍ରତ୍ୟାହାର ଶେଷ ତାରିଖ। ନାମାଙ୍କନପତ୍ର ଦାଖଲ କରିଥିବା ପ୍ରାର୍ଥୀଙ୍କ ମଧ୍ୟରୁ କେହି ବି ନାମାଙ୍କନପତ୍ର ପ୍ରତ୍ୟାହାର କରିନାହାନ୍ତି। ଫଳସ୍ବରୂପ ନୂଆପଡ଼ା ଉପ-ନିର୍ବାଚନରେ ମୋଟ ୧୪ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଦ୍ବନ୍ଦ୍ବିତା ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ତାରିଖରେ ନାମାଙ୍କନପତ୍ର ପ୍ରତ୍ୟାହାର ପାଇଁ ପୂର୍ବାହ୍ଣ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ପ୍ରାର୍ଥୀଙ୍କୁ ସମୟ ପ୍ରଦାନ କରାଯାଇଥିଲା। ଜଣେ ବି ପ୍ରାର୍ଥୀ ନାମାଙ୍କନପତ୍ର ପ୍ରତ୍ୟାହାର କରିନାହାନ୍ତି। ତେଣୁ ୧୪ ପ୍ରାର୍ଥୀଙ୍କ ମଧ୍ୟରେ ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଉପ-ନିର୍ବାଚନରେ ହେବ ପ୍ରତିଦ୍ୱନ୍ଦ୍ୱିତା ହେବ।

ଭାରତୀୟ ଜନତା ଦଳରୁ ଜୟ ଢୋଲକିଆ, ବିଜୁ ଜନତା ଦଳରୁ ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜାତୀୟ କଂଗ୍ରେସରୁ ଘାସିରାମ ମାଝୀ, ସମାଜବାଦୀ ପାର୍ଟିରୁ ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିରୁ ହେମନ୍ତ ତାଣ୍ଡି, ଓଡ଼ିଶା ଜନତା ଦଳରୁ ଶୁକଧର ଦଣ୍ଡସେନାଙ୍କ ସମେତ ୮ଜଣ ସ୍ୱାଧୀନ ପ୍ରାର୍ଥୀ ଆଶ୍ରୟ ମହାନ୍ଦନ, ଇଂ. ଚକ୍ରାନ୍ତ ଜେନା, ଭୁବନଲାଲ ସାହୁ, କିଶୋର ବାଗ, ନୀତା ବାଗ, ଲକ୍ଷ୍ମୀକାନ୍ତ ତାଣ୍ଡି, ଭକ୍ତବନ୍ଧୁ ଧରୁଆ ଓ ଲୋଚନ ମାଝୀ ପ୍ରମୁଖ ଏହି ଉପ-ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ସୂଚନାଯୋଗ୍ୟ, ପ୍ରାର୍ଥିପତ୍ର ଯାଞ୍ଚ ସମୟରେ ମୋଟ ୫ଟି ନାମାଙ୍କନପତ୍ର ନାକଚ କରାଯାଇଥିଲା। ଏହି ୫ଜଣଙ୍କ ମଧ୍ୟରେ ବହୁଜନ ସମାଜ ପାର୍ଟିର ପ୍ରାର୍ଥୀ ରାଜାରାମ ସାହୁ, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ପ୍ରାର୍ଥୀ ସୀତାରାମ ବେହେରା ଏବଂ ତିନି ସ୍ୱାଧୀନ ପ୍ରାର୍ଥୀ କମଳ ଛତ୍ରିଆ, ପୁରୁଷୋତ୍ତମ ବେହେରା ଏବଂ ଭୁଜବଳ ଆଡ଼ବଙ୍ଗ ରହିଛନ୍ତି। ନଭେମ୍ବର ୧୬ ତାରିଖ (ରବିବାର) ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ବୋଲି ସିିଇଓଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories