www.samajalive.in
Friday, December 5, 2025
26.1 C
Bhubaneswar

ଚନ୍ଦନପୁର ଗଣଦୁଷ୍କର୍ମ : ଦୁଇ ଗିରଫ

ପୁରୀ: ଚନ୍ଦନପୁର ନାବାଳିକା ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ସମ୍ପର୍କୀୟ ଭାଇ ଓ ଦାଦାଙ୍କୁ ଚନ୍ଦନପୁର ପୁଲିସ୍‌ ଗିରଫ କରିଥିବା ସୂଚନା ମିଳିଛି। ସୂଚନା ମୁତାବକ ଗତ ବୁଧବାର କାଳୀପୂଜା ଭସାଣି ଦେଖିବାକୁ ପରିବାର ଲୋକେ ଯାଇଥିବାବେଳେ ନାବାଳିକା ଜଣକ ଘରେ ଏକା ଶୋଇଥିଲେ। ଅଭିଯୁକ୍ତଦ୍ୱୟ ରାତି ପ୍ରାୟ ୨ଟା ପରେ ଘରେ ପଶି ବଳପୂର୍ବକ ନାବାଳିକାଙ୍କୁ ବଳାତ୍କାର କରିଥିଲେ। ଶୁକ୍ରବାର ମା’ଙ୍କ ସହ ନାବାଳିକା ଥାନାରେ ପହଞ୍ଚି ଅଭିଯୁକ୍ତଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତଦ୍ୱୟଙ୍କୁ କାବୁ କରିଥିଲା। ଏସଡିପିଓ ରବି ନାରାୟଣ ଭଞ୍ଜ ଏବଂ ଫରେନ୍‌ସିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ଆଜି ଉଭୟଙ୍କୁ ଗିରଫ କରାଯାଇଥିବା ନେଇ ସୂଚନା ମିଳିଛି।

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories