www.samajalive.in
Saturday, December 6, 2025
17.1 C
Bhubaneswar

ଅଭିନେତା ସତୀଶ ଶାହଙ୍କ ପରଲୋକ

ସମାଜ ଡିଜିଟାଲ ଡେସ୍କ: ବିଶିଷ୍ଟ ବଲିଉଡ ଅଭିନେତା ସତୀଶ ଶାହଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଶନିବାର ଅପରାହ୍ନ ପ୍ରାୟ ୨ଟା ୩୦ ମିନିଟରେ ମୁମ୍ବଇର ହିନ୍ଦୁଜା ହସ୍ପିଟାଲରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ତାଙ୍କ ମୃତ୍ୟୁରେ ବଲିଉଡ ତଥା ଅଭିନୟ ଜଗତରେ ଶୋକର ଛାୟା ଖେଳିଯାଇଛି।

‘ସାରାଭାଇ ଭର୍ସେସ ସାରାଭାଇ’, କମେଡି ଶୋ’ ସହିତ ‘ଜାନେ ଭି​‌ ଦୋ ୟାରୋ’ ଏବଂ ‘ମେ ହୁଁ ନା’ ଆଦି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରି ସେ ବେଶ୍‌ ଲୋକପ୍ରିୟତା ହାସଲ କରିଥିଲେ। ସତୀଶଙ୍କ ମୃତ୍ୟୁ ନେଇ ତାଙ୍କ ମ୍ୟାନେଜର ସ୍ପଷ୍ଟ କରିଛନ୍ତି। ଆସନ୍ତା ରବିବାର ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି କୁହାଯାଇଛି।

- Advertisement -

ସତୀଶ ୪ ଦଶନ୍ଧି ଧରି ଅଭିନୟ ଜଗତରେ ସକ୍ରିୟ ରହିଥିଲେ। ସେ ଅନେକ ସଫଳ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିଥିଲେ। ‘ହମ୍‌ ସାଥ ସାଥ ହେଁ’, ‘ମେଁ ହୁଁ ନା’, ‘କଲ ହୋ ନା ହୋ’, ‘କଭି ହାଁ କଭି ନାଁ’, ‘ଡିଡିଏଳ’ ଏବଂ ‘ଓମ ଶାନ୍ତି ଓମ’ ଭଳି ଚଳଚ୍ଚିତ୍ରରେ ସେ ଅଭିନୟ କରି ଚର୍ଚ୍ଚାକୁ ଆସିଥିଲେ। କେବଳ ବଲିଉହ ନୁହଁ, ଟେଲିଭିଜନ ଜଗତରେ ବି ସେ ନିଜର ପରାକାଷ୍ଠା ପ୍ରତିପାଦନ କରିଥିଲେ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories