www.samajalive.in
Saturday, December 6, 2025
23.1 C
Bhubaneswar

ବାଲେଶ୍ଵର ଓ ଗଞ୍ଜାମରେ ଛୁଟି ବାତିଲ୍‌

ବାଲେଶ୍ଵର: ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ଵର ଏବଂ ଗଞ୍ଜାମ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ କର୍ମଚାରୀ ମାନଙ୍କର ଛୁଟି ବାତିଲ ହୋଇଛି। ଯେଉଁ କର୍ମଚାରୀମାନେ ଛୁଟିରେ ଅଛନ୍ତି, ସୋମନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି। ଅଧିକାରୀ ମାନଙ୍କୁ ନିଜ ନିଜ ମୁଖ୍ୟାଳୟରେ ରହିବାକୁ ନିର୍ଦେଶ ରହିଛି।
୨୮ ଓ ୨୯ ତାରିଖରେ ଦକ୍ଷିଣ ଓଡିଶାକୁ ରେଡ଼ ଆଲର୍ଟ ଜାରି କରାଯାଇଛି । ପବନକୁ ନେଇ ମଧ୍ୟ ରେଡ଼ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଦକ୍ଷିଣ ଓଡିଶାରେ ସର୍ବାଧିକ ପବନ ୬୦ରୁ ୭୦ ଏବଂ ଝଟ୍‌କା ପବନ ୮୦ ଯାଏଁ ରହିବ । ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାକୁ ସର୍ବାଧିକ ପବନ ନେଇ ରେଡ଼ ଆଲର୍ଟ ଜାରି କରାଯାଇଛି । ୨୭ ତାରିଖରୁ ବର୍ଷା ଆରମ୍ଭ ହେବାକୁ ଥିବାବେଳେ ୨୮ ଓ ୨୯ ରେ ବର୍ଷା ସହ ପବନ ବହିବ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories