www.samajalive.in
Friday, December 5, 2025
27.1 C
Bhubaneswar

୨୮, ୨୯ରେ ସାରା ଓଡିଶାରେ ବର୍ଷା

ଭୁବନେଶ୍ଵର : ମାଡି ଆସୁଛି ସାମୁଦ୍ରିକ ଝଡ ମାନ୍ଥା। ଏହାର ପ୍ରଭାବରେ ୨୮ ଏବଂ ୨୯ ତାରିଖରେ ସାରା ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ୨୮ ତାରିଖରେ ମାଲକାନଗିରି ଓ କୋରାପୁଟ, ରାୟଗଡା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବ। ୨୮ ତାରିଖରେ ନବରଙ୍ଗପୁର, କଳାହାଣ୍ଡି , କନ୍ଧମାଳ, ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ କରାଯାଇଛି। ଆଉ ୧୭ ଜିଲ୍ଲାକୁ ୨୮ ତାରିଖ ପର୍ଯ୍ୟନ୍ତ ୟେଲୋ ଆଲର୍ଟ ଜାରି କରାଯାଇଛି। ସୋମବାରଠୁ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେପଟେ ବାତ୍ୟାରେ ଦକ୍ଷିଣ ଓଡିଶା ବେଶୀ ପ୍ରଭାବିତ ହେବାର ଆଶଙ୍କା ରହିଛି। ଦକ୍ଷିଣ ଓଡିଶା ଉପକୂଳରେ ବର୍ଷା ସହ ୨୭ ତାରିଖ ସନ୍ଧ୍ୟାରୁ ପବନ ବହିବା ଆରମ୍ଭ ହେବ। ୨୭ ତାରିଖ ସନ୍ଧ୍ୟାରୁ ୪୫ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ୨୮ ତାରିଖ ବେଳକୁ ପବନର ବେଗ ୬୦ରୁ ୭୦ କିମି ବଢିବ। ବେଳେ ବେଳେ ପବନର ବେଗ ୮୦ କିମି ଛୁଇଁବାର ମଧ୍ୟ ସମ୍ଭାବନା ରହିଛି। ୨୯ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ପବନର ବେଗ ରହିବ। ଉତ୍ତର ଓଡିଶା ଉପକୂଳରେ ମଧ୍ୟ ୨୮ ଏବଂ ୨୯ ତାରିଖରେ ପବନ ବହିବ। ଉତ୍ତର ଓଡିଶା ଉପକୂଳରେ ୪୦ରୁ ୫୦ କିମି ପବନ ବହିପାରେ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories