www.samajalive.in
Friday, December 5, 2025
26.1 C
Bhubaneswar

ମାଡ଼ି ଆସୁଛି ‘ମନ୍ଥା’: ୯ ଜିଲାରେ ଛୁଟି ବାତିଲ

ସମାଜଲାଇଭ ଡେସ୍କ: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ରବିବାର ଗଭୀର ଅବପାତରେ ପରିଣତ ହୋଇଥିବାବେଳେ ସୋମବାର ଅର୍ଥାତ ୨୭ ତାରିଖ ସକାଳ ସୁଦ୍ଧା ବାତ୍ୟାର ରୂପ ନେବ, ଯାହାର ନାଁ ‘ମନ୍ଥା’। ସ୍ଥଳଭାଗକୁ ମନ୍ଥା ମାଡ଼ି ଆସୁଥିବାବେଳେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ମାଡ଼ ହେବ। ଏହା ପ୍ରଭାବରେ ଓଡ଼ିଶାର ୯ରୁ ଅଧିକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୯ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଦିଆଯାଇଛି। ପରିସ୍ଥିତିର ମୁକାବିଲା ପାଇଁ ସରକାରୀ କର୍ମଚାରୀମାନେ ସଜାଗ ରହିବା ଲାଗି ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ନବରଙ୍ଗପୁର, କନ୍ଧମାନ, କୋରାପୁଟ, ଖୋର୍ଦ୍ଧାକୁ କମଳା ସତର୍କତା ଜାରି ହୋଇଛି। ୨୮ ଏବଂ ୨୯ ତାରିଖରେ ସାରା ରାଜ୍ୟରେ ବର୍ଷା ହେବ। ବର୍ଷା ୨୭ ତାରିଖରୁ ଆରମ୍ଭ ହୋଇ ୩୦ ତାରିଖରେ ଛାଡ଼ିବ ବୋଲି ଆକଳନ କରାଯାଇଛି।

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories