www.samajalive.in
Friday, December 5, 2025
23.1 C
Bhubaneswar

ଦେବଦାସ ଛୋଟରାୟ ପାଇଲେ ୪୬ତମ ଶାରଳା ପୁରସ୍କାର: ଓଡ଼ିଶୀ ସଙ୍ଗୀତ ଗୁରୁ ରାମହରି ଦାସ ଓ ବଳଦେବ ମହାରଥାଙ୍କୁ କଳା ସମ୍ମାନ ପ୍ରଦାନ

ସମାଜ ନ୍ୟୁଜ ଡେସ୍କ: ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇଣ୍ଡିଆନ୍‍ ମେଟାଲ୍‍ସ ପବ୍ଲିକ୍‍ ଚାରିଟେବୁଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ସୁଖ୍ୟାତ କବି ଓ କଥାକାର ଦେବଦାସ ଛୋଟରାୟଙ୍କୁ ପ୍ରଦାନ କରାଯାଇଛି। ବର୍ଣ୍ଣାଢ଼୍ୟ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଶିଷ୍ଟ ହିନ୍ଦୀ କବି ଓ ଲେଖିକା ପ୍ରଫେସର ସବିତା ସିଂହ ବିଜେତାଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। କବି କଥାଶିଳ୍ପୀ ସ୍ତମ୍ଭକାର ଲେଖକ ସମାଜକୁ ଗଢନ୍ତି , ପରିବେଶକୁ ବହୁଳ ଭାବରେ ଆହ୍ବାନ ଦେବାରେ ଅବଦାନ ଅତନ୍ତ୍ୟ ଅନନ୍ୟ ।
ନିଆରା ଉପସ୍ଥାପନା ଶୈଳୀର ରାଜା ଦେବଦାସ ଛୋଟରାୟଙ୍କୁ ଶାରଳା ପୁରସ୍କାର ପ୍ରଦାନ କରିଛନ୍ତି ଇଣ୍ଡିଆନ୍‍ ମେଟାଲ୍‍ସ ପବ୍ଲିକ୍‍ ଚାରିଟେବୁଲ ଟ୍ରଷ୍ଟ ଇମ୍ପାକ୍ଟ ।

- Advertisement -

ସେହିପରି ଓଡ଼ିଶୀ ସଙ୍ଗୀତ ଗୁରୁ ରାମହରି ଦାସ ଓ ପ୍ରସିଦ୍ଧ ଚିତ୍ରଶିଳ୍ପୀ ବଳଦେବ ମହାରଥାଙ୍କୁ କଳା ସମ୍ମାନ ପ୍ରଦାନ କରାଯାଇଛି । ଗଳ୍ପ ସଂକଳନ ‘ମ୍ୟାଟିନି ଶୋ’ ପାଇଁ ପ୍ରାପ୍ତ ଏହି ପୁରସ୍କାର ବାବଦରେ ଲେଖକଙ୍କୁ ତାମ୍ରଫଳକ, ଉପାୟନ ସହିତ ସାତଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଇଛି। ଏଥିସହିତ କଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପାଇଁ ବର୍ଷିୟାନ୍‍ ଓଡ଼ିଶୀ ସଙ୍ଗୀତ ଗୁରୁ ଶ୍ରୀ ରାମହରି ଦାସ ଏବଂ ପ୍ରସିଦ୍ଧ ଚିତ୍ରଶିଳ୍ପୀ ଶ୍ରୀ ବଳଦେବ ମହାରଥାଙ୍କୁ ଅଢ଼େଇଲକ୍ଷ ଟଙ୍କା ଲେଖାଏଁ ଅର୍ଥରାଶି ଓ ତାମ୍ରଫଳକ ସହ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ପ୍ରଦାନ କରାଯାଇଛି। ଶାରଳା ପୁରସ୍କାର ବିଜେତା ଶ୍ରୀ ଦେବଦାସ ଛୋଟରାୟ ତାଙ୍କର ନିଆରା ଉପସ୍ଥାପନା ଶୈଳୀ ପାଇଁ ସେ ସବୁବେଳେ ପାଠକ ଓ ଶ୍ରୋତାଙ୍କର ଆଦର ଲାଭ କରିଆସିଛନ୍ତି। ପୁରସ୍କୃତ ଗଳ୍ପ ସଂକଳନରେ ସେ ଜୀବନର ଅନେକ ସାଧାରଣ ତତ୍ତ୍ୱକୁ ଅସାଧାରଣ ଉଚ୍ଚତାକୁ ନେଇପାରିଛନ୍ତି, ଯାହା କେବଳ ସୁଖପାଠ୍ୟ ନୁହେଁ, ଶିକ୍ଷଣୀୟ ଓ ଅନୁକରଣୀୟ ମଧ୍ୟ।
ଓଡ଼ିଆ ଭାଷା-ସାହିତ୍ୟର ସମୂହ ବିକାଶ ଓ ସମୃଦ୍ଧି ପାଇଁ ଆଜିକୁ ଚାରି ଦଶନ୍ଧି ତଳେ ଡ. ବଂଶୀଧର ପଣ୍ଡା ଓ ଇଲା ପଣ୍ଡା ‘ଶାରଳା ପୁରସ୍କାର’ ପ୍ରବର୍ତ୍ତନ କରିଥିଲେ। ଓଡ଼ିଶାର କଳା-ସାହିତ୍ୟକୁ ଏକ ସମ୍ମାନଜନକ ଉଚ୍ଚତାକୁ ନେବା ଦିଗରେ ଏହି ପୁରସ୍କାର ଓଡ଼ିଆ ଅସ୍ମିତାକୁ ପ୍ରତିପାଦିତ କରିଛି ।


ଏହି ଅବସରରେ ମୁଖ୍ୟଅତିଥି ପ୍ରଫେସର ସବିତା ସିଂହ ଯୋଗଦେଇ କହିଛନ୍ତି ପ୍ରିୟ କବି ଦେବଦାସ ଛୋଟରାୟ ଏହି ପୁରସ୍କାର ପାଇଛନ୍ତି। ଏହା କେବଳ ଓଡ଼ିଆ ସାହିତ୍ୟ ପାଇଁ ନୁହେଁ, ସାରା ବିଶ୍ୱର ସାହିତ୍ୟ ପାଇଁ ଅଶେଷ ଗୁରୁତ୍ୱପୂର୍ଣ୍ଣ। ତାଙ୍କ କବିତା ସାରା ବିଶ୍ୱକୁ ସାହିତ୍ୟ ସହ ଯୋଡିଥାଏ ଏବଂ ଏହାର ଗଭୀରତା ପାଠକଙ୍କୁ ସ୍ପର୍ଶ କରେ।ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଲେଖକ ଓ ସାହିତ୍ୟପ୍ରେମୀମାନେ ଯୋଗଦେଇ ଏହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।
ବିଶିଷ୍ଟ ଶିଳ୍ପପତି ତଥା ବୈଜ୍ଞାନିକ ଡ. ବଂଶୀଧର ପଣ୍ଡା ଓ ତାଙ୍କର ସହଧର୍ମିଣୀ ଇଲା ପଣ୍ଡାଙ୍କ ଉଦ୍ୟମରେ ପ୍ରତିଷ୍ଠିତ ‘ଇମ୍ପାକ୍ଟ’ ତରଫରୁ ଶାରଳା ପୁରସ୍କାର, ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ସହିତ ଏକଲବ୍ୟ ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଆସୁଛି।

Hot this week

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

Related Articles

Popular Categories