www.samajalive.in
Sunday, December 7, 2025
23.1 C
Bhubaneswar

ସାରା ଦେଶରେ ଏସଆଇଆର ତାରିଖ ଘୋଷଣା ଆଜି: ପ୍ରଥମ ପର୍ଯ୍ୟାୟରେ ୫ଟି ରାଜ୍ୟକୁ କରାଯିବ ସାମିଲ

ନୂଆଦିଲ୍ଲୀ: ଭାରତୀୟ ନିର୍ବାଚନ କମିଶନ ଆଜି ସାରା ଦେଶରେ ଏସଆଇଆର ଘୋଷଣା କରିବେ । ନିର୍ବାଚନ କମିଶନ ଆଜି ଅପରାହ୍ନ ୪ଟା ୧୫ ମିନିଟରେ ସାମ୍ବାଦିକ ସମ୍ମିଳନୀ କରି ତାରିଖ ଘୋଷଣା କରିବେ । ସୂଚନା ଅନୁସାରେ ଏସଆଇଆରର ପ୍ରଥମ ପର୍ଯ୍ୟାୟରେ ପାଞ୍ଚଟି ରାଜ୍ୟ ଅନ୍ତର୍ଭୁକ୍ତ ହୋଇପାରେ । ଆସାମ, କେରଳ, ତାମିଲନାଡୁ, ପୁଡୁଚେରୀ ଏବଂ ପଶ୍ଚିମବଙ୍ଗ । କାରଣ ୨୦୨୬ରେ ଏହି ରାଜ୍ୟ ଗୁଡିକରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ୨୦୨୬ରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ଏହି ସବୁ ରାଜ୍ୟରେ ଏସଆଇଆର ସମ୍ପୂର୍ଣ୍ଣ କରାଯିବ ।

ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର, ନିର୍ବାଚନ କମିଶନର ସୁଖବୀର ସିଂହ ସାନ୍ଧୁ ଏବଂ ବିବେକ ଜୋଶୀ ସମ୍ବୋଧିତ କରିବେ । ପ୍ରଥମ ପର୍ଯ୍ୟାୟରେ ପ୍ରୟା ୧୦ରୁ ୧୫ ରାଜ୍ୟରେ ଏସଆଇଆର ଘୋଷଣା କରାଯିବାର ଆଶା କରାଯାଉଛି । ଏସଆଇଆର ଅଧୀନରେ ଭୋଟର ତାଲିକାକୁ ଅପଡେଟ୍‌ କରାଯିବ । ମୃତ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ ଦିଆଯିବ ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories