www.samajalive.in
Friday, December 5, 2025
27.1 C
Bhubaneswar

୩୦ ଯାଏଁ ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଜିରୋ କାଜୁଆଲିଟି ଲକ୍ଷ୍ୟ

ଭୁବନେଶ୍ଵର: ବାତ୍ୟା ମନ୍ଥା ମୁକାବିଲା ନେଇ ଆଜି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏସ୍‌ଆରସିଙ୍କ କାର୍ଯ୍ୟାଳୟରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଉନ୍ନୟନ କମିଶନର , ଅଗ୍ନିଶମ ଡିଜି, ସ୍ଵାସ୍ଥ୍ୟ, କୃଷି, ଜଳ ଓ ଶକ୍ତି ବିଭାଗର ବହୁ ସଚିବ ଉପସ୍ଥିତ ଥିଲେ। ପ୍ରଖର ବେଗରେ ମାଡି ଆସୁଥିବା ସମ୍ଭାବ୍ୟ ବାତ୍ୟାକୁ କିଭଳି ମୁକାବିଲା କରାଯିବ ସେ ନେଇ ଆଲୋଚନା ହୋଇଛି। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏ ନେଇ ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି ଏସ୍‌ଆରସି ଦେଓରଞ୍ଜନ ସିଂହ। ମଙ୍ଗଳବାରଠୁ ୩୦ ତାରିଖ ଯାଏଁ ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ଛୁଟି ଘୋଷଣା କରାଯାଇଛି। ବାତ୍ୟାର ଗତି ବଢୁଛି , ଯେତେ ବଢିବ ତାର ପ୍ରଭାବ ସେତେ କମିବ। ଏ ନେଇ ସୂଚନା ଦେଇଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି , ଯାହା ପରାମର୍ଶ ଦିଆଯାଇଛି ମାନନ୍ତୁ। ମାଲକାନଗିରି , ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଛି। ବାତ୍ୟା ନିକଟବର୍ତ୍ତୀ ହେଲେ ବର୍ଷାର ପ୍ରଭାବ ଅଧିକ ହେବ। କେହି ଭୟଭୀତ ହୁଅନ୍ତୁ ନାହିଁ, ଜିରୋ କାଜୁଆଲିଟି ଲକ୍ଷ୍ୟ ରଖାଯାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories