www.samajalive.in
Friday, December 5, 2025
27.1 C
Bhubaneswar

ଭୟଙ୍କର ହେଲା ବାତ୍ୟା ମନ୍ଥା: ବଡ ଅପଡେଟ୍‌ ଦେଲେ ମନୋରମା

ଭୁବନେଶ୍ୱର: ଆଜି ସକାଳ ୫ଟା ୩୦ରୁ ଭୟଙ୍କର ବାତ୍ୟାରେ ପରିଣତ ହୋଇଛି ମନ୍ଥା । ବର୍ତ୍ତମାନ ଏହା ଗୋପାଳପୁର ଠାରୁ ୫୫୦କିମି ଦୂର ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗରେ ରହିଛି । ଏହା ଉତ୍ତର- ଉତ୍ତରପଶ୍ଚିମ ଦିଗରେ ଗତି କରି ଆଜି ସନ୍ଧ୍ୟା କିମ୍ବା ରାତିରେ ମଛଲିପାଟନମ୍‌ ଓ କଳିଙ୍ଗପାଟନମ୍‌ ମଧ୍ୟରେ ଥିବା କାକିନାଡାରେ ଅତିକ୍ରମ କରିବ ।

ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୯୦ରୁ ୧୦୦କି.ମି ରହିବା ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି । ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ନେଇ ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଜିଲାରେ ରେଡ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ଲୋକମାନେ ଘରୁ ନବାହାରିବା ପାଇଁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ସେହିପରି ଟୁଇନ ସିଟିରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। କିଛି ସ୍ଥାନରେ ଭୂସ୍ଖଳନ ହେବାକୁ ଆଶଙ୍କା କରାଯାଇଥିବାରୁ ସରକାରଙ୍କୁ ଏଥିପାଇଁ ଅବଗତ କରାଯାଇଛି । ସରକାର ଏଥିପାଇଁ ସତର୍କ ଓ ପ୍ରସ୍ତୁତି କରିଛନ୍ତି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories