www.samajalive.in
Friday, December 5, 2025
23.1 C
Bhubaneswar

ଆଜି ଶିମିଳିପାଳ ବନ୍ଦ

ବାରିପଦା: ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ପୂର୍ବାନୁମାନ ଅନୁଯାୟୀ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେଣୁ ସମସ୍ତ ପରିଦର୍ଶକ ତଥା ପର୍ଯ୍ୟଟକଙ୍କ ନିମନ୍ତେ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ଆସନ୍ତା ବୁଧବାର ବନ୍ଦ ରହିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଦିନକ ପାଇଁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ମଧ୍ୟକୁ ପରିଦର୍ଶକ କିମ୍ବା ପର୍ଯ୍ୟଟକଙ୍କର କୌଣସି ଯାନର ପ୍ରବେଶ କିମ୍ବା ପ୍ରସ୍ଥାନ ପାଇଁ ଅନୁମତି ଦିଆଯିବ ନାହିଁ। ପ୍ରକାଶ ଯେ, ଦେଶର ଅଷ୍ଟମ ଜୈବମଣ୍ଡଳ ଶିମିଳିପାଳ ପର୍ଯ୍ୟଟକଙ୍କ ଲାଗି ବିଶେଷ ଆକର୍ଷଣର କେନ୍ଦ୍ରବିନ୍ଦୁ ରହିଛି। ଏଥିପାଇଁ ଚଳିତ ବର୍ଷ ଗତ ୧୮ ତାରିଖଠାରୁ ପର୍ଯ୍ୟଟକଙ୍କ ଲାଗି ଶିମିଳିପାଳ ଅଭୟାରଣ୍ୟ ଖୋଲାଯାଇଥିଲା।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories