www.samajalive.in
Saturday, December 6, 2025
23.1 C
Bhubaneswar

ରେଭେନ୍ସା ହଷ୍ଟେଲରେ ଝାଡାବାନ୍ତି

କଟକ: କଟକ ରେଭେନ୍ସା ହଷ୍ଟେଲ ଛାତ୍ରଙ୍କୁ ଝାଡାବାନ୍ତି। ୧୫ରୁ ଅଧିକ ଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆକ୍ରାନ୍ତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ପର୍ଯ୍ୟାୟରୁ ପିଇବା ପାଣିରୁ ଫୁଡ ପଏଜନ ହୋଇଥିବା ଜଣାପଡିଛି । ପାଣି ପରୀକ୍ଷା ପାଇଁ ପଠାଯାଇଛି ।

ଗତକାଲି ରାତିରେ ହଷ୍ଟେଲର ଅନ୍ତେବାସୀମାନେ ଭାତ, ରୁଟି, ଅଣ୍ଡା ତଡକା ଓ ଭଜା ଖାଇଥିଲେ । ହଷ୍ଟେଲରେ ପ୍ରାୟ ୧୮୦ ଛାତ୍ର ରହୁଥିଲେ । ଏହାପରେ ଛାତ୍ରମାନେ ଅସୁସ୍ଥ ଅନୁଭବ କରିଥିଲେ। ସମସ୍ତଙ୍କୁ ଉଦ୍ଧାର କରାଯାଇ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏ ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ। ପୂର୍ବରୁ ମଧ୍ୟ ରେଭେନ୍ସାର ଅନ୍ୟ ଏକ ହଷ୍ଟେଲରେ ଫୁଡ ପଏଜନ ହୋଇଥିଲା। ହଷ୍ଟେଲରେ ଆକ୍ବାଗାର୍ଡ ଖରାପ ଥିବାବେଳେ ଦୂଷିତ ପାଣି ବାହାରୁଥିବା ଛାତ୍ରମାନେ ଅଭିଯୋଗ କରିଛନ୍ତି । ଏନେଇ ଅଭିଯୋଗ କରିବା ପରେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନଥିବା ଅଭିଯୋଗ ହୋଇଛି ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories