www.samajalive.in
Friday, December 5, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ଜିଏସଟି ଅଧିକାରୀ

ଟିଟିଲାଗଡ଼:  ୧୨ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ଟିଟିଲାଗଡ଼ ସି.ଟି. ଏଣ୍ଡ ଜି.ଏସ.ଟି. ଅଧିକାରୀ ଉମାକାନ୍ତ ମହାକୁର । ଜଣେ ବ୍ୟବସାୟୀ ରମେଶ ବସ୍ତିଆଙ୍କ ମିଥ୍ୟା ଜୋରିମାନା ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଅଧିକାରୀ ଶ୍ରୀ ମହାକୁର । ରମେଶଙ୍କୁ ୨୩ ହଜାର ୬ ଶହ ଟଙ୍କା ଜୋରିମାନା କରାଯାଇଥିଲା । ଜୋରିମାନାକୁ ୭୫୦୦ ଟଙ୍କା କରିଦେବା ପାଇଁ ୧୨ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ରମେଶ ବଲାଙ୍ଗୀର ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ । ଆଜି ରମେଶଙ୍କ ଠାରୁ ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଅଧିକାରୀ ତାଙ୍କୁ କାବୁ କରିଛନ୍ତି । ଏନେଇ ସଂପୃକ୍ତ ଅଧିକାରୀଙ୍କ ଟିଟିଲାଗଡ଼ ଓ ବଲାଙ୍ଗୀର ସ୍ଥିତ ଘରେ ମଧ୍ୟ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories