www.samajalive.in
Friday, December 5, 2025
27.1 C
Bhubaneswar

ଦୁଇ କୁଖ୍ୟାତ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି : ଆତ୍ମସମର୍ପଣ କଲେ ଦୁଇ ହାର୍ଡକୋର୍‌ ମାଓବାଦୀ। ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନା ପୁଲିସ୍‌ ନିକଟରେ ମାଓ ସଙ୍ଗଠନର ସେଣ୍ଟ୍ରାଲ କମିଟି ମେମ୍ବର ପୁଲୁରି ପ୍ରସାଦ ରାଓ ଓରଫ ଚନ୍ଦ୍ରନ୍ନା, ଷ୍ଟେଟ କମିଟି ସଦସ୍ୟ ବି.ପ୍ରକାଶ ଓରଫ ପ୍ରଭାତ ଆତ୍ମସମର୍ପଣ କରିଛନ୍ତି । ତାଙ୍କ ନାଁରେ ଦେଢ କୋଟିରୁ ଅଧିକ ଟଙ୍କାର ପୁରଷ୍କାର ରାଶି ରହିଛି । ସିସି ମେମ୍ବର ପୁଲୁରି ପ୍ରସାଦ ରାଓ ଗତ ୪୫ ବର୍ରଷ ଧରି ମାଓ ସଂଗଠନ ସହ ଜଡିତ ଥିବାବେଳେ ଅନେକ ବଡ ବଡ ହିଂସାକାଣ୍ଡର ମାଷ୍ଟର ମାଇଣ୍ଡ ଥିଲା। ସେହିପରି ବି.ପ୍ରକାଶ ମଧ୍ୟ ପ୍ରାୟ ୪୦ ବର୍ଷ ଧରି ମାଓ ସଂଗଠନରେ ରହି ଅନେକ ହିଂସାକାଣ୍ଡରେ ଜଡିତ ଥିଲା। ଏହି ଦୁଇ ପୁଖ୍ୟାତ ମାଓନେତାଙ୍କ ଆତ୍ମସମର୍ପଣ ପୁଲିସ୍‌ ପାଇଁ ଏକ ବଡ ସଫଳତା କୁହାଯାଉଛି। ଆଗାମୀ ଦିନରେ ଆହୁରି ଅନେକ ମାଓବାଦୀ ମୁଖ୍ୟସ୍ରୋତରେ ସାମିଲ ହେବେ ବୋଲି ପୁଲିସ ଆଶା କରୁଛି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories