www.samajalive.in
Friday, December 5, 2025
27.1 C
Bhubaneswar

ଗଭୀର ଅବପାତରେ ଦୁର୍ବଳ ହୋଇଗଲା “ମନ୍ଥା”

ସମାଜ ଡିଜିଟାଲ ଡେସ୍କ: ଘୂର୍ଣ୍ଣିଝଡ଼ “ମନ୍ଥା” ଗତ ଛଅ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର-ଉତ୍ତରପଶ୍ଚିମ ଆଡକୁ ଗତି କରି ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଗଭୀର ଅବପାତରେ ଦୁର୍ବଳ ହୋଇଛି । ଆଜି ସକାଳ ୮:୩୦ରେ ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ସଂଲଗ୍ନ ତେଲେଙ୍ଗାନା ଉପରେ କେନ୍ଦ୍ରୀଭୂତ ହୋଇଥିଲା। ଏହା ଭଦ୍ରାଚଳମର ଦକ୍ଷିଣ-ଦକ୍ଷିଣ ପୂର୍ବରେ ପ୍ରାୟ ୫୦କିମି, ଖମ୍ମମର ପୂର୍ବରେ ୧୧୦ କିମି, ମାଲକାନଗିରିର ଦକ୍ଷିଣ-ଦକ୍ଷିଣପଶ୍ଚିମରେ ୧୩୦ କିମି ଏବଂ ଛତିଶଗଡ ଜଗଦଲପୁର ର ଦକ୍ଷିଣ-ଦକ୍ଷିଣପଶ୍ଚିମରେ ୨୨୦ କିମି ଦୂରରେ ଅବସ୍ଥିତ । ଏହା ଆନ୍ଧ୍ରପ୍ରଦେଶ ଏବଂ ସଂଲଗ୍ନ ତେଲେଙ୍ଗାନା ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆଗାମୀ ୬ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories