www.samajalive.in
Friday, December 5, 2025
23.1 C
Bhubaneswar

ରାଉରକେଲା-ରାଞ୍ଚି ରେଳପଥରେ ମାଲଗାଡ଼ି ଲାଇନଚ୍ୟୁତ

ସମାଜଲାଇଭ ଡେସ୍କ: ରାଉରକେଲା-ରାଞ୍ଚି ମୁଖ୍ୟ ରେଳପଥରେ ବୁଧବାର ବଡ଼ ଧରଣର ଦୁର୍ଘଟଣା ଘଟିଛି। ଏହି ରେଳପଥର ବାନୋ ଏବଂ କନରାଓ୍ବା ଷ୍ଟେସନ ମଧ୍ୟରେ ପୂର୍ବାହ୍ନ ପ୍ରାୟ ୧୦ଟାରେ ଏକ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଦୁର୍ଘଟଣାରେ ପ୍ରାୟ ୧୦ଟି ବଗି ଲାଇନଚ୍ୟୁତ ହେବା ସହିତ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ରେଲଓ୍ବେ ପକ୍ଷରୁ ଘଟଣାସ୍ଥଳ​‌ରେ ଉଦ୍ଧାରକାର୍ଯ୍ୟ ଜାରି ରହିଥିବାବେଳେ ଲାଇନ କ୍ଲିୟର ପାଇଁ ଜୋରଦାର ପଦକ୍ଷେପ ନିଆଯାଉଛି।

ଦୁର୍ଘଟଣା ଯାଗୁ ଉକ୍ତ ରେଳପଥରେ ଟ୍ରେନ ଚଳାଚଳ ସମ୍ପୂର୍ଣ୍ଣ ରୂପେ ବାଧାପ୍ରାପ୍ତ ହୋଇଛି। ଗୋରଖପୁରରୁ ସମ୍ବଲପୁର ଯାଉଥିବା ଏକ ଟ୍ରେନ କନରାଓ୍ବା ଷ୍ଟେସନ ନିକଟରେ ଅଟକି ରହିଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories