www.samajalive.in
Sunday, December 7, 2025
13.1 C
Bhubaneswar

ଶିଶୁ ମୃତ୍ୟୁ ଅଭିଯୋଗ : ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା

ବାଲେଶ୍ଵର: ଶିଶୁ ମୃତ୍ୟୁ ଅଭିଯୋଗରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା। ଚିକିତ୍ସା ଅବହେଳା ପାଇଁ ଜଣେ ୩ ମାସର ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତ ଶିଶୁ ବାଲେଶ୍ବର ଜିଲ୍ଲା ଜଳେଶ୍ଵର ଥାନା ଜମାଳପୁର ଅଞ୍ଚଳର ଶମ୍ଭୁନାଥ ରାଉଳଙ୍କ ତିନିମାସର ଶିଶୁ ପୁତ୍ର ଅଭିଜିତ ରାଉଳ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଅଭିଜିତର ଦେହ ଅସୁସ୍ଥ ଥିବାରୁ ପରିବାର ଲୋକେ ତାକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ଭବନ ଆଇସିୟୁରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଆଜି ଅପରାହ୍‌ଣ ୧ଟା ୩୦ରେ ଶିଶୁପୁତ୍ରର ମୃତ୍ୟୁ ହୋଇଥିଲା। ପରିବାର ଲୋକେ ଚିକିତ୍ସାରେ ଅବହେଳା ପାଇଁ ତାଙ୍କର ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ଦର୍ଶାଇ ଚିକିତ୍ସାଳୟ ପରିସରରେ ପାଟିତୁଣ୍ଡ କରିବା ସହ ଉତ୍ତେଜନା ସୃଷ୍ଟି କରିଥିଲେ। କିଛି ସମୟ ପାଇଁ ଚିକିତ୍ସାଳୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏ ନେଇ ଶିଶୁର ବାପା ଶମ୍ଭୁନାଥ ରାଉଳ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ଶିଶୁ ମୃତ୍ୟୁ ନେଇ ଥାନାରେ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରିଛି। ଏବଂ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଲୋକଙ୍କୁ ବୁଝାସୁଝା କରିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories