www.samajalive.in
Friday, December 5, 2025
26.1 C
Bhubaneswar

୩ ଦିନରେ କ୍ଷୟକ୍ଷତି ଆକଳନ

ସମାଜ ଲାଇଭ ଡେସ୍କ: ଆଜିଠୁ ମନ୍ଥା କ୍ଷୟକ୍ଷତି ଆକଳନ ଆରମ୍ଭ ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ରାଜସ୍ଵ ଓ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ୩ ଦିନରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଦେବାକୁ ମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ଧାନ , କପା , ପନିପରିବା ଚାଷ କ୍ଷତି ହୋଇଥିବା ସୂଚନା ଆସିଛି। ଓଡିଶା ବାତ୍ୟା ମନ୍ଥା ପ୍ରଭାବରୁ ବର୍ତ୍ତିଯାଇଛି। ତେଣୁ ଆଦୌ ବିଚଳିତ ହୁଅନ୍ତୁ ନାହିଁ।
ତେବେ ବାତ୍ୟା ମନ୍ଥା ଦ୍ଵାରା ରାଜ୍ୟର ୩୩ ବ୍ଲକ ଏବଂ ୧୧ ସହରାଞ୍ଚଳ ପ୍ରଭାବତି ହୋଇଛି। ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବୁଧବାର ଏହି ତଥ୍ୟ ପ୍ରଦାନ କରିଛନ୍ତି। ଆହୁରି ମଧ୍ୟ ମନ୍ତ୍ରୀ କହିଛନ୍ତି, ମନ୍ଥା ପ୍ରଭାବରେ ହୋଇଥିବା ବର୍ଷା ଯୋଗୁଁ ଅନେକ ଚାଷଜମି କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଗଜପତି ଜିଲା ଗୋଷାଣୀ ନୂଆଗାଁ ବ୍ଲକରେ ସର୍ବାଧିକ ୧୫୦ ମିମି ବର୍ଷା ରେକର୍ଡ ହୋଇଛି। ରାଜ୍ୟର ୫୬ଟି ବ୍ଲକରେ ୫୦ରୁ ୧୦୦ ମିମି ବର୍ଷା ହୋଇଛି। ୩୬୨ ମୁକ୍ତ ରୋଷଶାଳାରେ ୧୮ ହଜାର ୭୬୨ ଜଣଙ୍କୁ ରନ୍ଧା ଖାଦ୍ୟ ଦିଆଯାଉଛି। କିଛି ସ୍ଥାନରେ ଘର କ୍ଷୟକ୍ଷତି ହେବାର ସୂଚନା ମିଳିଛି। ରିପୋର୍ଟ ଆସିବା ପରେ ତୁରନ୍ତ ସରକାର କ୍ଷତିପୂରଣ ପ୍ରଦାନ କରିବେ। ବାତ୍ୟାକୁ ଦୃଷ୍ଟିରେ ରଖି ୧୯ ହଜାର ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିଲା। ୨୧୯୮ ଆସନ୍ନ ପ୍ରସବାଙ୍କୁ ମଧ୍ୟ ସ୍ଥାନାନ୍ତର କରାଯାଇଥିଲା।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories