www.samajalive.in
Friday, December 5, 2025
27.1 C
Bhubaneswar

ଓଡ଼ିଶାରେ ହେବ ୯୨ ରେଳ ଓଭର୍‌ବ୍ରିଜ

ଭୁବନେଶ୍ୱର: ଓଡ଼ିଶାରେ ୯୨ଟି ରେଳ ଓଭରବ୍ରିଜ୍‌ ନିର୍ମାଣ ହେବ। ଏଥିପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ। କେନ୍ଦ୍ର ରେଳ ମନ୍ତ୍ରଣାଳୟ ଏ ନେଇ ଆବଶ୍ୟକ ଅନୁମୋଦନ କରିଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ଉଭୟ ରେଳ ମନ୍ତ୍ରଣାଳୟ ଓ ରାଜ୍ୟ ସରକାର ଏହି ରେଳ ଓଭରବ୍ରିଜଗୁଡ଼ିକୁ ୫୦-୫୦ ଅନୁପାତରେ ଖର୍ଚ୍ଚ କରିବେ ବୋଲି ସ୍ଥିର ହୋଇଥିଲା। ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଖର୍ଚ୍ଚ ସମ୍ପୂର୍ଣ୍ଣ ଭାବେ ରେଳ ମନ୍ତ୍ରାଳୟ ବହନ କରିବାକୁ ଅନୁରୋଧ କରାଯାଇଥିଲା। ରାଜ୍ୟ ସରକାରଙ୍କ ଅନୁରୋଧ ରକ୍ଷା କରି କେନ୍ଦ୍ର ରେଳ ମନ୍ତ୍ରଣାଳୟ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ମାଣ ହେବାକୁ ଥିବା ୯୨ଟି ରେଳ ଓଭର ବ୍ରିଜ୍‌ର ସମ୍ପୂର୍ଣ୍ଣ ନିର୍ମାଣ ଖର୍ଚ୍ଚ ବହନ କରିବେ ବୋଲି ପତ୍ର ମାଧ୍ୟମରେ ଜଣାଇଛନ୍ତି।

- Advertisement -

ଓଡ଼ିଶାର ଭିତ୍ତିଭୂମି ବିକାଶ ପ୍ରତି କେନ୍ଦ୍ର ସରକାରଙ୍କ ଏହି ସହୃଦୟତାପୂର୍ଣ୍ଣ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଓଡ଼ିଶାବାସୀଙ୍କ ପକ୍ଷରୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ସବୁ ସମୟରେ ଓଡ଼ିଶାର ବିକାଶ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେଇ ଆସିଛନ୍ତି। ରେଳପଥ, ସଡକ ପଥ, ବନ୍ଦର ଓ ବିମାନ ଭିତ୍ତିଭୂମି ସହିତ ଓଡ଼ିଶାରେ ଶିଳ୍ପର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ସର୍ବାଧିକ ଗୁରୁତ୍ୱ ଦେଇ ଆସିଛନ୍ତି। ଓଡ଼ିଶାବାସୀଙ୍କ ପ୍ରତି ପ୍ରଧାନମନ୍ତ୍ରୀଙ୍କ ଏହି ଶ୍ରଦ୍ଧା ଓଡ଼ିଶାର ବିକାଶକୁ ତ୍ୱରାନ୍ୱିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories