www.samajalive.in
Friday, December 5, 2025
23.1 C
Bhubaneswar

ଇଟା ବୋଝେଇ ଟ୍ରାକ୍ଟର ଓଲଟି ଜଣେ ମୃତ, ୩ ଗୁରୁତର

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଦଡ଼କି ନିକଟ ପୁତୁଡ଼ି ରାସ୍ତା ଛକ ପାଖରେ ଇଟା ବୋଝେଇ ଟ୍ରାକ୍ଟର ଭାରସାମ୍ୟ ହରାଇ ଓଲଟି ପଡିବାରୁ ଜଣକର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି।

ଦୋବଗଡ଼ଠାରୁ ଟ୍ରାକ୍ଟରରେ ଇଟା ବୋଝେଇ କରି ଫୁଲବାଣୀ ଆଡକୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଘଟଣା ସ୍ଥଳରୁ ଟ୍ରାକ୍ଟର ଡ୍ରାଇଭର ସହ ଅନ୍ୟ ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ଫୁଲବାଣୀ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଫୁଲବାଣୀ ମେଡିକାଲରୁ ଅଲାମୀ ପଞ୍ଚାୟତ ସରୁପଡା ଗାଁର ମନୋଜ କହଁରଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଉଥିବା ବେଳେ ଫୁଲବାଣୀରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟ ୩ ଗୁରୁତରଙ୍କ ମଧ୍ୟରେ ମାଜାଗାଣ୍ଡା ଗାଁର ଟ୍ରାକ୍ଟର ଡ୍ରାଇଭର ହରିଶଙ୍କର ମଲିକ, କମଳ ଲୋଚନ ମଲିକ ଓ ସରୁପଡ଼ା ଗାଁର ଶୁଭମ କହଁର ବୋଲି ଜଣାପଡ଼ିଛି। ଗୁରୁତର ତିନି ଜଣକୁ ଫୁଲବାଣୀ ମେଡିକାଲରେ ଚିକିତ୍ସା କରାଯାଉଛି। ପୁଲିସ ଏସଆଇ ସମ୍ବିତ ବେହେରା ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories