www.samajalive.in
Friday, December 5, 2025
27.1 C
Bhubaneswar

୩ରେ ନୂଆପଡ଼ା ଯିବେ ନବୀନ

ସମାଜଲାଇଭ ଡେସ୍କ: ଆସନ୍ତା ୩ ତାରିଖରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନୂଆପଡ଼ା ଗସ୍ତରେ ଯିବେ। ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସେ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ। ଏ ସମ୍ପର୍କରେ ଶୁକ୍ରବାର ବିଜେଡି ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ସାମ୍ବାଦିକ ସମ୍ମିଳନୀରେ ବିଜେଡି ଉପସଭାପତି ଦେବୀ ମିଶ୍ର, ବରିଷ୍ଠ ନେତା ଅତନୁ ସବ୍ୟସାଚୀ ନାୟକ, ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି, ଜିଲ୍ଲା ବିଜେଡି ସଭାପତି ଅବନୀ ରଞ୍ଜନ ଯୋଶୀ ପ୍ରମୁଖ ଉପସ୍ଥିତ ରହିଥିଲେ।

ନୂଆପଡ଼ା ଉପନିର୍ବାଚନ ବିଜେଡି ପାଇଁ ଅତି ଆହ୍ବାନପୂର୍ଣ୍ଣ ହୋଇଛି। କାରଣ ପୂର୍ବତନ ବିଧାୟକ ରାଜେନ୍ଦ୍ର ଢୋଲକିଆ ବିଜେଡିରୁ ନିର୍ବାଚିତ ହୋଇଥିବାବେଳେ ତାଙ୍କ ପୁଅ ଜୟ ଢୋଲକିଆ ବିଜେପିରେ ସାମିଲ ହୋଇ ପ୍ରାର୍ଥୀ ହୋଇଛନ୍ତି। ଯାହା ବିଜେଡି ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିବ ବୋଲି ଆଶଙ୍କା କରାଯାଉଛି। ତେବେ ନୂଆପଡ଼ାରେ ନବୀନଙ୍କ ପ୍ରଚାର ସ୍ନେହାଙ୍ଗିନୀଙ୍କ ବିଜୟ ପାଇଁ ଆଶା ଉଜ୍ଜୀବିତ କରିବ ବୋଲି ଚର୍ଚ୍ଚା ହେଉଛି।

- Advertisement -

 

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories