www.samajalive.in
Monday, December 8, 2025
14.1 C
Bhubaneswar

ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ବର୍ଷ କାରାଦଣ୍ଡାଦେଶ

ଫୁଲବାଣୀ: ଫୁଲବାଣୀ ଫାଷ୍ଟଟ୍ରାକ୍ ପୋକ୍ସୋ କୋର୍ଟର ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଏକ ୮ ବର୍ଷୀୟା ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଅଭିଯୁକ୍ତ ବାମୁଣିଗାଆଁ ଥାନା ଅଞ୍ଚଳର ଜିତୁ ପ୍ରଧାନ(୨୦ବର୍ଷ)କୁ ୨୦ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି। ଏହାସହ ୧୨,୦୦୦ ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ଅଧିକ ୧ ବର୍ଷ ୩ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି।

ସୁଚନା ଅନୁସାରେ,୨୦୨୨ ଜୁଲାଇ ୧୧ରେ ନାବାଳିକା ଜଣକ ଘରେ ଏକା ଥିବା ସମୟରେ ଅଭିଯୁକ୍ତ ଘର ଭିତରକୁ ଆସି ତାଙ୍କୁ ଦୁଷ୍କର୍ମ କରିଥିଲା। ପୀଡ଼ିତାଙ୍କ ମା’ କାମରୁ ଘରକୁ ଫେରିବା ପରେ ଝିଅ କାନ୍ଦୁଥିବା ଦେଖିଥିଲେ। ସ୍ଵାମୀ ଫେରିବା ପରେ ଝିଅକୁ ଧରି ସେମାନେ ବାମୁଣିଗାଆଁ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏ ନେଇ ଥାନରେ ଏକ ମାମଲା(୬୦/୨୨) ରୁଜୁ ହୋଇଥିଲା। ପରେ ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

- Advertisement -

ଏହି ମାମଲାରେ ପୀଡ଼ିତାଙ୍କୁ କ୍ଷତିପୂରଣ ବାବଦକୁ ୫ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ତରଫରୁ ଫାଷ୍ଟଟ୍ରାକ୍ ପୋକ୍ସୋ କୋର୍ଟର ସ୍ଵତନ୍ତ୍ର ସରକାରୀ ଓକିଲ ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories