www.samajalive.in
Monday, December 8, 2025
27.1 C
Bhubaneswar

ବିଜେଡି ନେତା ବବି ଦାସଙ୍କ ନାଁରେ ମାମଲା ରୁଜୁ

ନୂଆପଡା: ବିଜେଡିର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ମାମଲା ରୁଜୁ ହୋଇଛି । ନୂଆପଡା ଜିଲା କୋମନା ଥାନାରେ ଯୁବକଙ୍କ ଲିଖିତ ଅଭିଯୋଗ କରିବା ପରେ ମାମଲା ରୁଜୁ କରିଛି ପୁଲିସ । ବବିଙ୍କ ସହ ବିଧାୟକ ଅଧିରାଜ ପାଣିଗ୍ରାହୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ ହୋଇଛି । ବିଏନଏସ୍‌ ୧୨୬(୨), ୨୯୬, ୧୧୫(୨), ୩୫୧(୨) ଓ ୩(୫) ଧାରାରେ ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି । ବିଜେଡି ନେତା ମନୋଜ ମିଶ୍ରଙ୍କ ଫାର୍ମ ହାଉସରେ ଯୁବକଙ୍କୁ ଡାକି ମାଡ ମାରିଥିବାର ସଂପୃକ୍ତ ଯୁବକ ଥାନାରେ ଅଭିଯୋଗ କରିଥିଲେ । ସଂପୃକ୍ତ ଯୁବକ ପୂର୍ବରୁ ବିଜେଡି କ୍ୟାମ୍ପେନରେ ବୁଲୁଥିଲେ, ଏବେ ବିଜେପି ବୁଲୁଥିବାରୁ ବବି ଦାସ ତାଙ୍କ ଏହା କାହିଁକି କରୁଛୁ ବୋଲି ପଚାରିବା ସହ ଧମକାଇ ମାଡ ମାରିଥିଲେ । ଯୁବକଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ମାଡି ମାରିଥିବା ଅଭିଯୋଗ ହୋଇଛି । ସେପଟେ ଏନେଇ ବବି ଦାସ କିମ୍ବା ଅଧିରାଜଙ୍କ ପ୍ରତିକ୍ରିୟା ମିଳିନାହିଁ ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories