www.samajalive.in
Friday, December 5, 2025
26.1 C
Bhubaneswar

ଏସଆଇ କେଳେଙ୍କାରୀ: ଶଙ୍କରକୁ ୫ ଦିନିଆ ରିମାଣ୍ଡରେ ଆଣି କ୍ରାଇମବ୍ରାଞ୍ଚର ଜେରା

ସମାଜ ନ୍ୟୁଜ ଡେସ୍କ: ଏସଆଇ କେଳେଙ୍କାରୀ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଶଙ୍କର ଓ ତାର ସହଯୋଗୀ ମୁନାକୁ ୫ ଦିନିଆ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ । ଶଙ୍କର ପୃଷ୍ଟି ଏବଂ ସହଯୋଗୀ ମୁନାକୁ ମୁହାଁମୁହିଁ ଜେରା କରିଛି । ଏନେଇ ପ୍ରେସ୍ ରିଲିଜ ମଧ୍ୟ ଜାରି କରାଯାଇଛି । ଶଙ୍କର ପୃଷ୍ଟି ଠାରୁ ଗୋଟିଏ ଫରଚ୍ୟୁନର, ଦୁଇଟି ଆଇଫୋନ୍ ଏବଂ ପାସପୋର୍ଟ ଜବତ କରାଯାଇଛି । ଗଞ୍ଜାମର ମୂଳ ବାସିନ୍ଦା ଶଙ୍କର ପଞ୍ଚ ସଫ୍ଟ ଟେକ୍ନୋଲୋଜି ପ୍ରାଇଭେଟ ଲିମିଟେଡ ନାଁରେ କମ୍ପାନୀ ଖୋଲି ତାର ମ୍ୟାନେଜିଂ ଡାଇରେକ୍ଟର ଭାବେ କାର୍ଯ୍ୟ କରିଆସୁଥିଲା । ଭୁବନେଶ୍ବର ପଟିଆରେ ଏକ ଅଫିସ ଖୋଲି ନେଟୱର୍କ ଚଳାଇଥିଲା । ଶଙ୍କରର ସହଯୋଗୀ ଥିଲେ ମୁନା ମହାନ୍ତି, ଶ୍ରୀକାନ୍ତ ମହାରଣା ଓ ଅରବିନ୍ଦ ଦାସ । ସେମାନଙ୍କୁ ମଧ୍ୟ କ୍ରାଇମବ୍ରାଞ୍ଚ ଜେରା କରିଛି ।

ଶଙ୍କର ଗିରଫ ହେବା ପରେ ସରକାରଙ୍କୁ ଟାର୍ଗେଟ କରିଛି ବିଜେଡି । ଅନ୍ୟପଟେ ପୂର୍ବ ସରକାର ସମୟରେ ଶଙ୍କର ତାର କମ୍ପାନୀ ଖୋଲିଥିବା ବିଜେପି କହିଛି ।

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories