www.samajalive.in
Friday, December 5, 2025
27.1 C
Bhubaneswar

ଡିସେମ୍ବର ୩୧ ଯାଏ ବଢ଼ିଲା ରେସନ କାର୍ଡ ଇ-କେୱାଇସି ଅବଧି

ଭୁବନେଶ୍ୱର : ଇ-କେୱାଇସି ସମ୍ପୂର୍ଣ୍ଣ କରିନଥିବା ରେସନ କାର୍ଡ ହିତାଧିକାରୀଙ୍କୁ ଆଉ ଏକ ସୁଯୋଗ ଦେଇଛନ୍ତି ରାଜ୍ୟ ସରକାର। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ଥିବା ରାଜ୍ୟର ସମସ୍ତ ପିଡ଼ିଏସ ହିତାଧିକାରୀଙ୍କ ଇ-କେୱାଇସି ଅବଧି ଡିସେମ୍ବର ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଫଳରେ ୨୦୨୫ ଅକ୍ଟୋବର ୩୧ ତାରିଖ ସୁଦ୍ଧା ଇ-କେୱାଇସି କରି ନଥିବା ରାଜ୍ୟର ବିଭିନ୍ନ ଜିଲାର ୧୫ ଲକ୍ଷ ୫୭ ହଜାର ରେସନକାର୍ଡ ଧାରୀଙ୍କୁ ଆଉ ଦୁଇମାସ ଅତିରିକ୍ତ ଅବଧିର ଏକ ସୁଯୋଗ ମିଳିଛି।
ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି ଯେ, ସମସ୍ତ ୧୧,୮୨୭ ଖାଉଟି ସୁଲଭ ମୂଲ୍ୟ ଦୋକାନ, ୩୧୪ ବ୍ଲକ୍‌ ଓ ୬୪ ପୌରାଞ୍ଚଳ କାର୍ଯ୍ୟାଳୟରେ ଥିବା ରେସନ କାର୍ଡ଼ ପରିଚାଳନା କେନ୍ଦ୍ରରେ ଇ-କେୱାଇସି କରାଯାଇପାରିବ। ଏପର୍ଯ୍ୟନ୍ତ କୌଣସି ଯୋଗ୍ୟ ହିତାଧିକାରୀଙ୍କୁ ଇ-କେୱାଇସି ହୋଇ ନ ଥିବା କାରଣରୁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ କରାଯାଇନାହିଁ। ପ୍ରତି ମାସ ସେମାନଙ୍କୁ ମାଗଣା ଚାଉଳ ଦିଆଯାଉଛି। କିନ୍ତୁ ହିତାଧିକାରୀମାନେ ନିକଟସ୍ଥ ଖାଉଟି ସୁଲଭ ମୂଲ୍ୟ ଦୋକାନ ବା ରେସନ କାର୍ଡ଼ ପରିଚାଳନା କେନ୍ଦ୍ରକୁ ଯାଇ ନିଜ ଆଧାର ଯୁକ୍ତ ଇ-କେୱାଇସି କରାଇ ନେବା ଜରୁରୀ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories