www.samajalive.in
Friday, December 5, 2025
27.1 C
Bhubaneswar

ତେଲଙ୍ଗାନାରେ ବସ୍‌- ଟ୍ରକ ଧକ୍କା, ୨୪ ମୃତ

ହାଇଦରାବାଦ: ତେଲଙ୍ଗାନାର ରଙ୍ଗା ରେଡ୍ଡି ଜିଲାରେ ସୋମବାର ଏକ ବସ୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ୧୦ ମହିଳା ଓ ଜଣେ ୧୦ ମାସର ଶିଶୁ ସାମିଲ ଅଛନ୍ତି। ଆହତ ୨୫ ଜଣଙ୍କୁ ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିଥିବାବେଳେ ପିଏମ ରିଲିଫ୍‌ ପାଣ୍ଠିରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ପ୍ରତ୍ୟେକ ଆହତଙ୍କୁ ୫୦ ହଜାର ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡି ଏହି ଘଟଣାରେ ଗଭୀର ଉଦ୍‌ବେଗ ପ୍ରକାଶ କରିଥିବାବେଳେ ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରିବାକୁ ରଙ୍ଗା ରେଡ୍ଡି ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି। ମୃତାହତଙ୍କ ସମ୍ପର୍କରେ ସୂଚନା ପାଇବାକୁ ତେଲଙ୍ଗାନା ସରକାରଙ୍କ ପକ୍ଷରୁ ଦୁଇଟି ହେଲପ୍‌ ଲାଇନ ଫୋନ ନମ୍ବର ୯୯୧୨୯୧୯୫୪୫ ଓ ୯୪୪୦୮୫୪୪୩୩ ଜାରି କରାଯାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ ପ୍ରାୟ ୭୦ ଜଣ ଯାତ୍ରୀଙ୍କୁ ନେଇ ତେଲଙ୍ଗାନା ସଡକ ପରିବହନ ବିଭାଗର ଏହି ବସ୍‌ଟି ତାନ୍‌ଦୁରରୁ ହାଇଦରାବାଦ ଯାତ୍ରା କରୁଥିଲା। ସୋମବାର ସକାଳ ୬ଟା ୧୫ ମିନିଟ ସମୟରେ ହାଇଦରାବାଦ-ବିଜାପୁର ଜାତୀୟ ରାଜପଥର ଚେଭେଲା ନିକଟରେ ସମ୍ମୁଖ ଦିଗରୁ ଦ୍ରୁତଗତିରେ ଆସୁଥିବା ଏକ ଚିପ୍‌ସ ବୋଝେଇ ଟ୍ରକ ଏହାକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବସ୍‌ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବାବେଳେ ଅନ୍ୟ ଯାତ୍ରୀଙ୍କ ସମେତ ଉଭୟ ବସ୍‌ ଓ ଟ୍ରକ ଡ୍ରାଇଭରଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ କେତେକ ଯାତ୍ରୀ ଚିପ୍‌ସ ଗଦାରେ ପୋତି ହୋଇପଡିଥିବା ଲକ୍ଷ୍ୟ କରାଯାଇଛି। ଆହତ ୧୪ ଜଣଙ୍କୁ ତାନ୍‌ଦୁରସ୍ଥିତ ପିଏମଆର ହସ୍ପିଟାଲରେ ଏବଂ ଅନ୍ୟ ୧୧ ଜଣଙ୍କୁ ଭିକାରାବାଦ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ଓସମାନିଆ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories