www.samajalive.in
Friday, December 5, 2025
23.1 C
Bhubaneswar

କାଜୁ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟଣା: ଗୁରୁତର ମାଲିକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ଗଜପତି: ଗଜପତି ଜିଲା ଗୋଷାଣି ବ୍ଲକ ଲାବଣ୍ୟଗଡ ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ଦୀପାବଳି ଦିନ ବିଳମ୍ବିତ ରାତ୍ରରେ ଘଟିଥିବା କାଜୁଫେକ୍ଟ୍ରି ପୋଡି ଘଟଣାରେ ଗୁରୁତର ହୋଇ ଚିକିତ୍ସିତ ହେଉଥିବା ମାଲିକଙ୍କ ମୃତ୍ୟୁ ଘଟିଛି । ରବିବାର ଦିନ ଫ୍ୟାକ୍ଟ୍ରିର ମାଲିକ ବି.ଭି. ଜଗନ୍ନାଧ ରାଓ ବିଶାଖାପାଟଣା ସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ଘଟଣାରୁ ପ୍ରକାଶ ଯେ, ଗତ ଦୀପାବଳି ଦିନ ବିଳମ୍ବିତ ରାତ୍ରରେ ଜଗନ୍ନାଥପୁର ସ୍ଥିତ ଜଗନ୍ନାଥ କାଜୁ ଇଣ୍ଡଷ୍ଟ୍ରି ରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଏହି ଅଗ୍ନିକାଣ୍ଡରେ ଲକ୍ଷଧିକ ଟଙ୍କାରୁ ଉର୍ଦ୍ଧ ସମ୍ପତି ପୋଡ଼ି ପାଉଁଶ ହୋଇଯାଇଥିଲା । ଅଗ୍ନିକାଣ୍ଡ ଖବର ପାଇ କାଜୁ ଫ୍ୟାକ୍ଟ୍ରିର ମାଲିକ ବି. ଭି. ଜଗନ୍ନାଧ ରାଓ ପହଞ୍ଚି ଫେକ୍ଟ୍ରିର ଫାଟକକୁ ହଠାତ ଖୋଲିଦେଇଥିଲେ । ଫଳରେ ନିଆଁ ଝାସ ବାଜି ଗୁରୁତର ଭାବେ ଆହତ ହୋଇଯାଇଥିଲେ ।

ତାଙ୍କୁ ତୁରନ୍ତ ଲୋକେ ସ୍ଥାନୀୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ମଧ୍ୟ ଅବସ୍ଥା ସଙ୍କଟାପର୍ଣ୍ଣ ଥିବା ଯୋଗୁଁ ବିଶାଖାପାଟଣା ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସିତ ଅବସ୍ଥାରେ ଗତକାଲି ତାଙ୍କର ମୃତ୍ୟ ଘଟିଥିଲା । ଆଜି ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗକୁ ହସ୍ତାନ୍ତର କରାଯାଇଛି । ଏନେଇ ଗାରାବନ୍ଧ ଥାନାରେ ୭/୨୫ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଥିବାର ଥାନା ଅଧିକାରୀ ପ୍ରଶାନ୍ତ କୁମାର ନିସିକା ସୂଚନା ପ୍ରଦାନ କରିଛନ୍ତି ।

- Advertisement -

 

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories