www.samajalive.in
Monday, December 8, 2025
27.1 C
Bhubaneswar

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି

ଭୁବନେଶ୍ଵର : ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ଫର୍ମପୂରଣ ଅବଧି ବୃଦ୍ଧି ହୋଇଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ବିନା ଜରିମାନାରେ ଫର୍ମପୂରଣ ଅବଧି ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏନେଇ ପରିଷଦ ପକ୍ଷରୁ ପରୀକ୍ଷା ନିୟନ୍ତ୍ରକ ଡ଼ଃ ପ୍ରଶାନ୍ତ କୁମାର ପରିଡ଼ା ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଓ ପ୍ରଧାନଶିକ୍ଷକଙ୍କୁ ଚିଠି ଲେଖିଛନ୍ତି । ବିନା ଜରିମାନାରେ ଉଭୟ କଳା,ବିଜ୍ଞାନ,ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ପାଇଁ ପଞ୍ଜିକରଣ ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ଓ ଫି ଆଦାୟର ଶେଷ ତାରିଖ ନଭେମ୍ବର ୧୧ କୁ ଘୁଞ୍ଚାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ସେହିପରି ନଭେମ୍ବର ୧୩ରୁ ୧୮ ତାରିଖ ମଧ୍ୟରେ ପଞ୍ଜିକରଣ ଓ ଫର୍ମପୂରଣ କଲେ ଛାତ୍ରଛାତ୍ରୀଙ୍କୁ ୨୦୦ଟଙ୍କା ଜରିମାନା ଏବଂ ନଭେମ୍ବର ୧୯ରୁ ୨୧ ମଧ୍ୟରେ ପଞ୍ଜିକରଣ ଓ ଫର୍ମପୂରଣ କଲେ ଛାତ୍ରଛାତ୍ରୀଙ୍କୁ ୬୦୦ଟଙ୍କା ଜରିମାନା ଦେବାକୁ ପଡ଼ିବ ।

Hot this week

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

Related Articles

Popular Categories