www.samajalive.in
Saturday, December 6, 2025
16.1 C
Bhubaneswar

ବିଳାସପୁର ଟ୍ରେନ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି

ସମାଜଲାଇଭ ଡେସ୍କ: ଛତିଶଗଡ଼ର ବିଳାସପୁର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ଅନେକ ଯାତ୍ରୀ ଏଥିରେ ଆହତ ହୋଇଥିବାରୁ ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।

ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟାରେ ଏହି ଦୁର୍ଘଟଣା ଘଟିଥିଲା। ବିଳାସପୁର ଷ୍ଟେସନ ନିକଟରେ ଏକ ମାଲଗାଡ଼ି ସହିତ ପାସେଞ୍ଜର ମେମୁ ଟ୍ରେନ ଧକ୍କା ହୋଇଥିଲା। ଦୁର୍ଘଟଣା ଏତେ ତୀବ୍ର ଥିଲା ଯେ ଯାତ୍ରୀବାହୀ ଟ୍ରେନଟି ମାଲଗାଡ଼ି ଉପରେ ଚଢ଼ିଯାଇଥିଲା। ଦୁର୍ଘଟଣାରେ ଆହତ ହୋଇଥିବା ଯାତ୍ରୀମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆରପିଏଫ ଏବଂ ଅନ୍ୟ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଟ୍ରାକରେ ମାଲଗାଡ଼ି ଅଟକି ରହିଥିବାବେଳେ ଯାତ୍ରୀବାହୀ ଟ୍ରେନଟି ତାହାକୁ ଧକ୍କା ଦେଇଥିଲା ବୋଲି ସୂଚନା ମିଳିଛି। ଦୁର୍ଘଟଣା ପରେ ବିଳାସପୁର ଏବଂ କଟନି ଲାଇନରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories