www.samajalive.in
Friday, December 5, 2025
23.1 C
Bhubaneswar

୬୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ ପିପିଲି ତହସିଲ ଆରଆଇ

ସମାଜଲାଇଭ ଡେସ୍କ: ମ୍ୟୁଟେସନ କେସର ଫାଇଲ ଆଗକୁ ବଢ଼ାଇବା ଲାଗି ୬୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ପିପିଲି ତହସିଲର ବନ୍ତଳସିଂହ ଆରଆଇ ଜୀବନ କ୍ରିଷ୍ଣା ପରିଡ଼ା। ଜଣେ ଆବେଦନକାରୀଙ୍କ ୬ଟି ପ୍ଲଟର ମ୍ୟୁଟେସନ କେସ୍‌ ଫାଇଲ ପ୍ରୋସେସ କରିବା ପାଇଁ ୯୦ ହଜାର ଟଙ୍କା ଦାବି କରିଥିଲେ। ଏ ନେଇ ଆବେଦନକାରୀ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ।

ଯୋଜନା ଅନୁସାରେ, ଆରଆଇ ଜୀବନ କ୍ରିଷ୍ଣା ଆବେଦନକାରୀଙ୍କଠାରୁ ପ୍ରାଥମିକ ଭାବେ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ମାଡ଼ି ବସିଥିଲେ। ଭିଜିଲାନ୍ସ ଅଧିକାରୀ ତାଙ୍କଠାରୁ ଲାଞ୍ଚ ଅର୍ଥ ଜବତ କରିଥିଲେ। ଏହା ପରେ ଭିଜିଲାନ୍ସ ପକ୍ଷରୁ ଜୀବନଙ୍କ ଏକାଧିକ ସ୍ଥାନରେ ଚଢ଼ାଉ କରାଯାଇଛି। ଏ ନେଇ ଭୁବନେଶ୍ଵର ଭିଜିଲାନ୍ସ ଥାନାରେ ଏକ ମାମଲା ରୁଜୁ ହୋଇଛି।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories