www.samajalive.in
Sunday, December 7, 2025
26.1 C
Bhubaneswar

ଆଜି କାର୍ତ୍ତିକ ପୂର୍ଣ୍ଣିମା: ରାଜାରାଜେଶ୍ୱର ବେଶରେ ଦର୍ଶନ ଦେଲେ ଶ୍ରୀଜିଉ

ସମାଜ ଡିଜିଟାଲ ଡେସ୍କ: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ପଞ୍ଚକର ଶେଷ ଦିନରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଆଜି ରାଜାରାଜେଶ୍ୱର ବେଶ ବା ସୁନା ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଭୋରରୁ ଦ୍ୱାରଫିଟା ପରେ ନୀତିକାନ୍ତି ବଢିବା ସହ ସୁରୁଖୁରୁରେ ସର୍ବସାଧାରଣ ଦର୍ଶନ ଚାଲିଛି । ମହାପ୍ରଭୁଙ୍କ ସୁନାବେଶ ଦେଖିବାକୁ ମନ୍ଦିରରେ ଲକ୍ଷ ଲକ୍ଷ ଭକ୍ତଙ୍କ ପ୍ରବଳ ଗହଳି ଲାଗିଛି । ମହାପ୍ରଭୁ ପ୍ରତିବର୍ଷ ୫ଥର ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି । କାର୍ତ୍ତିକ ପୂର୍ଣ୍ଣିମାରେ ଅନୁଷ୍ଠିତ ସୁନାବେଶ ହେଉଛି ଐଶ୍ୱର୍ଯ୍ୟର ବେଶ । ଆଜିର ଦିନରେ ଅତୀତରେ ଓଡ଼ିଆ ସାଧବ ପୁଅମାନେ ମହାପ୍ରଭୁଙ୍କୁ ସ୍ମରଣ କରି ବିଦେଶକୁ ବୋଇତ ନେଇ ବାଣିଜ୍ୟ କରି ବିପୁଳ ଧନ ରତ୍ନ ଆଣି ମହାପ୍ରଭୁଙ୍କୁ ସମର୍ପିତ କରୁଥିଲେ ।

ଆଜି କେବଳ ସିଂହଦ୍ୱାର ଦେଇ ପ୍ରବେଶ ବ୍ୟବସ୍ଥା କରାଯାଇଥିବା ବେଳେ ତିନି ଦ୍ୱାର ଦେଇ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି । ମାର୍କେଟ ଛକଠାରୁ ବ୍ୟାରିକେଡ କରାଯାଇଛି । ପ୍ରଶାସନ ଓ ପୁଲସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ସୁରକ୍ଷା ପାଇଁ ୪୦ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି ।

- Advertisement -

 

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories