www.samajalive.in
Monday, December 8, 2025
20.1 C
Bhubaneswar

ବିଶ୍ଵ ଚମ୍ପିଆନ ଝିଅଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ, ବିଶ୍ଵକପ ସହିତ ଉଠାଇଲେ ଫଟୋ

ସମାଜ ଡିଜିଟାଲ ଡେସ୍କ: ଆଇସିସି ମହିଳା ଦିନିକିଆ ବିଶ୍ଵକପ ଚମ୍ପିଆନ ଟିମ ଇଣ୍ଡିଆର ଖେଳାଳିମାନେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଆୟୋଜିତ ହୋଇଥିଲା। ଗତ ରବିବାର ଦିନ ଭାରତୀୟ ମହିଳା କ୍ରିକେଟ ଦଳ ଦକ୍ଷିଣ ଆଫ୍ରିକାକୁ ୫୨ ରନରେ ପରାଜିତ କରି ପ୍ରଥମ ଥର ଲାଗି ମହିଳା ବିଶ୍ଵକପ ଟାଇଟଲ ହାସଲ କରିଥିଲା।

ପ୍ରଧାନମନ୍ତ୍ରୀ ଏହି ଐତିହାସିକ ବିଜୟ ପାଇଁ ଭାରତୀୟ ମହିଳା କ୍ରିକେଟ ଦଳକୁ ଶୁଭେଚ୍ଛା ଜଣାଇଥିଲେ। ପୂରା ଟୁର୍ଣ୍ଣାମେଣ୍ଟ ଅବସରରେ ଝିଅମାନେ ପ୍ରଦର୍ଶନ କରିଥିବା କ୍ରୀଡ଼ା ମନୋଭାବ, ସଂଘର୍ଷର ପ୍ରଶଂସା କରିଥିଲେ ମୋଦୀ। ପ୍ରଧାନମନ୍ତ୍ରୀ କହିଥିଲେ, ଭାରତୀୟ ମହିଳା ଦଳ ପ୍ରାରମ୍ଭିକ ପରାଜୟ ଏବଂ ସାମାଜିକ ଗଣମାଧ୍ୟମରେ ସମାଲୋଚନା ସତ୍ବେ ଜବରଦସ୍ତ ପ୍ରଦର୍ଶନ କରି ଟାଇଟଲ ହାସଲ କରିଛି। ଏହା ପ୍ରତି ଭାରତୀୟଙ୍କ ପାଇଁ ଗର୍ବର ମୁହୂର୍ତ୍ତ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories