www.samajalive.in
Monday, December 15, 2025
27.1 C
Bhubaneswar

ଓସିଏସ ପାରମ୍ଭିକ ପରୀକ୍ଷା ଫଳ ପ୍ରକାଶ

ସମାଜଲାଇଭ ଡେସ୍କ: ଓଡ଼ିଶା ସିଭିଲ ସର୍ଭିସ (ଓସିଏସ) ପ୍ରାରମ୍ଭିକ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇଛି। ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଦ୍ଵାରା ପରିଚାଳିତ ଏହି ପରୀକ୍ଷାରେ ୨୪୦୫ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭୮୧ ମହିଳା ପ୍ରାର୍ଥୀ ରହିଛନ୍ତି। କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥିମାନେ ଓସିଏସ ମୁଖ୍ୟ ପରୀକ୍ଷାରେ ଭାଗନେବେ। ଆସନ୍ତା ୨୦୨୬ ଜାନୁୟାରୀ ଶେଷ ସପ୍ତାହ କିମ୍ବା ଫେବୃୟାରୀ ପ୍ରଥମ ସପ୍ତାହ ସୁଦ୍ଧା ମୁଖ୍ୟ ପରୀକ୍ଷା ଅନୁଷ୍ଠିତ ହେବ। ଖୁବଶୀଘ୍ର ମୁଖ୍ୟ ପରୀକ୍ଷା ତାରିଖ ଓପିଏସସି ପକ୍ଷରୁ ଘୋଷଣା କରାଯିବ।

କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କ ରୋଲ ନମ୍ବର ଓପିଏସସି ଓ୍ବେବସାଇଟ www.opsc.gov.in ରେ ଉପଲବ୍ଧ ରହିଛି।

Hot this week

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

Related Articles

Popular Categories