www.samajalive.in
Sunday, December 7, 2025
23.1 C
Bhubaneswar

ଆଜି ନୂଆପଡ଼ା ଯିବେ ମୋହନ

ଭୁବନେଶ୍ୱର, ୭ା୧୧ (ନି.ପ୍ର): ନୂଆପଡ଼ା ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ଜୟ ଢୋଲକିଆଙ୍କ ସପକ୍ଷରେ ପ୍ରଚାର କରିବାକୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡ଼ା ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ଦଳୀୟ ସୂତ୍ରରୁ ହସ୍ତଗତ ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ସକାଳେ ନୂଆପଡ଼ା ଅଭିମୁଖେ ଯାତ୍ରା କରିବେ। ନୂଆପଡ଼ାରୁ ଖରିଆର ରୋଡ଼ ମଧ୍ୟରେ ମୁଖ୍ୟମନ୍ତ୍ରୀ ରୋଡ଼ ଶୋ’ କରିବା ସହ ବିଭିନ୍ନ ସ୍ଥାନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମବେତ ଜନତାଙ୍କୁ ସମ୍ବୋଧିତ କରି ଜୟଙ୍କ ଲାଗି ଭୋଟ ମାଗିବେ।

ସୂଚନାଯୋଗ୍ୟ ଗତ ୬ ତାରିଖରେ ମୁଖ୍ୟମନ୍ତ୍ରୀ ନୂଆପଡ଼ା ଯାଇ ଜୟଙ୍କ ପାଇଁ ପ୍ରଚାର କରିଥିଲେ। ଆସନ୍ତା ରବିବାର ପ୍ରଚାର ଲାଗି ଶେଷ ଦିବସ ଥିବାରୁ ଏହାର ଦିନକ ପୂର୍ବରୁ ଅର୍ଥାତ୍ ଶନିବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ସ୍ଥାନରେ ରୋଡ୍‌ ଶୋ’ କରି ବିଜେପି ପ୍ରାର୍ଥୀ ଜୟଙ୍କୁ ଜିତାଇବାକୁ ନୂଆପଡ଼ାବାସୀଙ୍କୁ ଅନୁରୋଧ କରିବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories