www.samajalive.in
Friday, December 5, 2025
27.1 C
Bhubaneswar

ବିହାରରେ ମୋଦୀଙ୍କ ଜୋରଦାର ପ୍ରଚାର: କହିଲେ ପିଲାଙ୍କ ପାଇଁ ଆରଜେଡି କଣ କରିବାକୁ ଚାହୁଁଛି

ପାଟନା: ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଜୋରଦାର ପ୍ରଚାର ହେଉଛି । ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୧୧ ତାରିଖରେ ହେବ, ଯାହାକି ଶେଷ ପର୍ଯ୍ୟାୟ ମତଦାନ ହେବ । ବିହାରରେ ଆଜି ନିର୍ବାଚନ ପ୍ରଚାର କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ଆଜି ସୀତାମାଢିରେ ପହଞ୍ଚି ନିର୍ବାଚନ ସଭାରେ ଯୋଗ ଦେଇ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି । ଏହି ସଭାରେ ମୋଦୀ ଆରଜେଡି ଓ କଂଗ୍ରେସ ଉପରେ ବର୍ଷିଛନ୍ତି । ଆରଜେଡିକୁ ସିଧାସଳଖ ଟାର୍ଗେଟ କରି ମୋଦୀ କହିଛନ୍ତି ଆରଜେଡି ବିହାରରେ କଣ କରିବାକୁ ଚାହୁଁଛି । ପିଲାଙ୍କ ପାଇଁ ସେମାନେ କଣ କରିବାକୁ ଚାହୁଁଛନ୍ତି ତାହା ସେମାନଙ୍କ ନିର୍ବାଚନ ପ୍ରଚାରରେ ସ୍ପଷ୍ଟ ଭାବରେ ଜଣାପଡୁଛି । ଜଙ୍ଗଲ ରାଜ ସମର୍ଥକଙ୍କ ଗୀତ ଓ ସ୍ଲୋଗାନରେ ଶୁଣନ୍ତୁ । ଆପଣ ଆଶ୍ଚର୍ଯ୍ୟ ହୋଇଯିବେ ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories