www.samajalive.in
Friday, December 5, 2025
27.1 C
Bhubaneswar

ପାରିବାରିକ କଳହରୁ ସ୍ଵାମୀଙ୍କ ଆତ୍ମହତ୍ୟା

ଗୁରୁଡିଝାଟିଆ: ଖୁଣ୍ଟୁଣୀ ଥାନା ରାଧାକିଶୋରପୁରରେ ପାରିବାରିକ କଳହକୁ କେନ୍ଦ୍ର କରି ସ୍ବାମୀ ନିଜ ଘରେ ଆତ୍ମହତ୍ୟା କରିଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହେବା ପରେ ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି। ମୃତକ ହେଲେ କାର୍ତ୍ତିକ ବେହେରା। କାର୍ତ୍ତିକ ଏବଂ ତାଙ୍କ ସ୍ତ୍ରୀ ସସ୍ମିତାଙ୍କ ମଧ୍ୟରେ କୌଣସି କାରଣ ପାଇଁ କଳହ ହେବା ପରେ ଶୁକ୍ରବାର ସସ୍ମିତା ୨ ସନ୍ତାନଙ୍କୁ ଧରି ନିଜ ବାପ ଘରକୁ ପଲାଇଥିଲେ। ହେଲେ ସ୍ବାମୀ କାର୍ତ୍ତିକ ରାତିରେ ଘରେ ଆତ୍ମହତ୍ୟା କରି ଦେଇଥିଲେ। ଏ ନେଇ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।

Hot this week

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

Related Articles

Popular Categories